Genesis 31:24 in Oriya 24 ମାତ୍ର ପରମେଶ୍ୱର ରାତ୍ରି କାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲମନ୍ଦ କିଛି କୁହ ନାହିଁ।”
Other Translations King James Version (KJV) And God came to Laban the Syrian in a dream by night, and said unto him, Take heed that thou speak not to Jacob either good or bad.
American Standard Version (ASV) And God came to Laban the Syrian in a dream of the night, and said unto him, Take heed to thyself that thou speak not to Jacob either good or bad.
Bible in Basic English (BBE) Then God came to Laban in a dream by night, and said to him, Take care that you say nothing good or bad to Jacob.
Darby English Bible (DBY) And God came to Laban the Syrian in a dream by night, and said to him, Take care thou speak not to Jacob either good or bad.
Webster's Bible (WBT) And God came to Laban, the Syrian, in a dream by night, and said to him, Take heed that thou speak not to Jacob either good or bad.
World English Bible (WEB) God came to Laban, the Syrian, in a dream of the night, and said to him, "Take heed to yourself that you don't speak to Jacob either good or bad."
Young's Literal Translation (YLT) And God cometh in unto Laban the Aramaean in a dream of the night, and saith to him, `Take heed to thyself lest thou speak with Jacob from good unto evil.'
Cross Reference Genesis 20:3 in Oriya 3 ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”
Genesis 24:50 in Oriya 50 ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, “ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।
Genesis 28:5 in Oriya 5 ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।
Genesis 31:10 in Oriya 10 କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ୱପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ।
Genesis 31:29 in Oriya 29 ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତରାତ୍ରି ତୁମ୍ଭର ପୈତୃକ ପରମେଶ୍ୱର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।
Genesis 31:42 in Oriya 42 ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥା'ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାଆନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”
Genesis 40:5 in Oriya 5 ଏଥିଉତ୍ତାରେ ମିସ୍ରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।
Genesis 41:1 in Oriya 1 ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନଦୀ କୂଳରେ ଠିଆ ହୋଇଅଛନ୍ତି।
Numbers 12:6 in Oriya 6 ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
Numbers 22:20 in Oriya 20 ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”
Numbers 22:26 in Oriya 26 ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା।
Numbers 24:13 in Oriya 13 ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।
Deuteronomy 26:5 in Oriya 5 ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ୍, ବଳବାନ୍ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।
2 Samuel 13:22 in Oriya 22 ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।
1 Kings 3:5 in Oriya 5 ଗିବୀୟୋନରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।”
Job 33:15 in Oriya 15 ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,
Job 33:25 in Oriya 25 ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ; ସେ ଆପଣା ଯୌବନ ଦିନ ପୁନର୍ବାର ପାଇବ;
Psalm 105:14 in Oriya 14 ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ;
Isaiah 37:29 in Oriya 29 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।”
Hosea 12:12 in Oriya 12 ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।
Matthew 1:20 in Oriya 20 କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରିୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
Matthew 2:12 in Oriya 12 ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ।
Matthew 27:19 in Oriya 19 ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।