Genesis 32:10 in Oriya 10 ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟିମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।
Other Translations King James Version (KJV) I am not worthy of the least of all the mercies, and of all the truth, which thou hast showed unto thy servant; for with my staff I passed over this Jordan; and now I am become two bands.
American Standard Version (ASV) I am not worthy of the least of all the lovingkindnesses, and of all the truth, which thou hast showed unto thy servant; for with my staff I passed over this Jordan; and now I am become two companies.
Bible in Basic English (BBE) I am less than nothing in comparison with all your mercies and your faith to me your servant; for with only my stick in my hand I went across Jordan, and now I have become two armies.
Darby English Bible (DBY) -- I am too small for all the loving-kindness and all the faithfulness that thou hast shewn unto thy servant; for with my staff I passed over this Jordan, and now I am become two troops.
Webster's Bible (WBT) I am not worthy of the least of all the mercies, and of all the truth, which thou hast shown to thy servant: for with my staff I passed over this Jordan, and now I am become two bands.
World English Bible (WEB) I am not worthy of the least of all the loving kindnesses, and of all the truth, which you have shown to your servant; for with just my staff I passed over this Jordan; and now I have become two companies.
Young's Literal Translation (YLT) I have been unworthy of all the kind acts, and of all the truth which Thou hast done with thy servant -- for, with my staff I passed over this Jordan, and now I have become two camps.
Cross Reference Genesis 18:27 in Oriya 27 ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।
Genesis 24:27 in Oriya 27 “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋ' କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାଁନ୍ତି; ପୁଣି, ସଦାପ୍ରଭୁ ମୋତେ ମୋ' କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”
Genesis 28:10 in Oriya 10 ଏଥିଉତ୍ତାରେ ଯାକୁବ ବେର୍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା।
Genesis 28:15 in Oriya 15 ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
Genesis 30:43 in Oriya 43 ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।
Genesis 32:5 in Oriya 5 ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।”
Genesis 32:7 in Oriya 7 ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,
Deuteronomy 8:18 in Oriya 18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।
2 Samuel 7:18 in Oriya 18 ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏ ପର୍ଯ୍ୟନ୍ତ ଆଣିଅଛ ?
Job 8:7 in Oriya 7 ଆଉ, ତୁମ୍ଭର ପ୍ରଥମାବସ୍ଥା କ୍ଷୁଦ୍ର ହେଲେ ହେଁ ତୁମ୍ଭର ଶେଷାବସ୍ଥା ଅତିଶୟ ଉନ୍ନତ ହୁଅନ୍ତା।
Job 17:9 in Oriya 9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।
Job 42:5 in Oriya 5 ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,
Psalm 8:5 in Oriya 5 ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
Psalm 16:2 in Oriya 2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।
Psalm 18:35 in Oriya 35 ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
Psalm 61:7 in Oriya 7 ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।
Psalm 84:7 in Oriya 7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
Psalm 85:10 in Oriya 10 ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।
Proverbs 4:18 in Oriya 18 ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।
Isaiah 6:5 in Oriya 5 ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !”
Isaiah 63:7 in Oriya 7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁ ସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।
Daniel 9:8 in Oriya 8 ହେ ପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପିତୃପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Micah 7:20 in Oriya 20 ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପିତୃପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।
Luke 5:8 in Oriya 8 କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।
Luke 17:10 in Oriya 10 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।
2 Corinthians 12:11 in Oriya 11 ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।
1 Timothy 1:12 in Oriya 12 ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।
1 John 1:8 in Oriya 8 ଆମ୍ଭମାନଙ୍କର ପାପ ନାହିଁ ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।