Cross Reference Genesis 18:19 in Oriya 19 ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
Genesis 31:19 in Oriya 19 ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।
Genesis 31:34 in Oriya 34 ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।
Genesis 34:2 in Oriya 2 ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା।
Genesis 34:24 in Oriya 24 ସେତେବେଳେ ହମୋର ଓ ତାହାର ପୁତ୍ର ଶିଖିମର ଏହି କଥାରେ ତାହାର ନଗରଦ୍ୱାର ଦେଇ ବହିର୍ଗମନକାରୀ ସମସ୍ତ ଲୋକ ସମ୍ମତ ହେଲେ; ତହିଁରେ ତାହାର ନଗରଦ୍ୱାର ଦେଇ ବହିର୍ଗମନକାରୀ ପ୍ରତ୍ୟେକ ପୁରୁଷର ସୁନ୍ନତ ହେଲା।
Genesis 35:22 in Oriya 22 ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାଙ୍କର ବିଲହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।
Exodus 19:10 in Oriya 10 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ
Exodus 19:14 in Oriya 14 ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ସବୁ ଧୌତ କଲେ।
Exodus 20:3 in Oriya 3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
Exodus 23:13 in Oriya 13 ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।
Leviticus 15:5 in Oriya 5 ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Leviticus 17:16 in Oriya 16 ମାତ୍ର ଯଦି ସେ (ବସ୍ତ୍ର) ଧୌତ ନ କରେ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବୋହିବ।”
Numbers 31:24 in Oriya 24 ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”
Deuteronomy 5:7 in Oriya 7 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
Deuteronomy 6:14 in Oriya 14 ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚାଦ୍ଗାମୀ ହେବ ନାହିଁ;
Deuteronomy 7:25 in Oriya 25 ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହିସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;
Deuteronomy 11:28 in Oriya 28 ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍ଗମନ କରିବ, ତେବେ ଅଭିଶାପ।
Deuteronomy 32:16 in Oriya 16 ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।
Joshua 23:7 in Oriya 7 ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର।
Joshua 24:2 in Oriya 2 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପୂର୍ବ କାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;
Joshua 24:15 in Oriya 15 ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।
Joshua 24:20 in Oriya 20 ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”
Joshua 24:23 in Oriya 23 ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରି ଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”
Judges 10:16 in Oriya 16 ଏଥି ଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।
Ruth 1:15 in Oriya 15 ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରି ଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରି ଯାଅ।”
1 Samuel 7:3 in Oriya 3 ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ-ବଂଶକୁ କହିଲେ, ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।
2 Samuel 7:23 in Oriya 23 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି ? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
2 Kings 5:10 in Oriya 10 ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
2 Kings 5:12 in Oriya 12 ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି ?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।
2 Kings 17:29 in Oriya 29 ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।
1 Chronicles 16:26 in Oriya 26 କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ଅବସ୍ତୁମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
Job 1:5 in Oriya 5 ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, ହୋଇପାରେ, ଆମ୍ଭର ପୁତ୍ରମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ। ଏହିରୂପେ ଆୟୁବ ସର୍ବଦା କଲା।
Psalm 51:2 in Oriya 2 ମୋ' ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ' ପାପରୁ ମୋତେ ଶୁଚି କର।
Psalm 51:7 in Oriya 7 ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
Psalm 101:2 in Oriya 2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋ' ନିକଟକୁ ଆସିବ ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।
Ecclesiastes 5:1 in Oriya 1 ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।
Isaiah 1:16 in Oriya 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
Isaiah 52:11 in Oriya 11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।
Jeremiah 5:7 in Oriya 7 ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା ? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।
Jeremiah 13:27 in Oriya 27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ ?
Jeremiah 16:20 in Oriya 20 ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ ? ସେ ତ ଈଶ୍ୱର ନୁହେଁ।
Ezekiel 18:31 in Oriya 31 ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?”
Ezekiel 20:7 in Oriya 7 ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସ୍ରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Daniel 5:4 in Oriya 4 ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।
John 13:10 in Oriya 10 ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।
Acts 19:26 in Oriya 26 ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
1 Corinthians 10:7 in Oriya 7 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖା ଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”
2 Corinthians 6:15 in Oriya 15 ବିଲିୟାର୍ ସହିତ ଖ୍ରୀଷ୍ଟଙ୍କର କି ମିଳନ ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ ?
2 Corinthians 7:1 in Oriya 1 ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।
Galatians 4:8 in Oriya 8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ;
Hebrews 10:22 in Oriya 22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଇଶ୍ବରଙ୍କ ନିକଟବର୍ତ୍ତୀ ହେଉ;
James 4:8 in Oriya 8 ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।
1 Peter 2:1 in Oriya 1 ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,
Jude 1:23 in Oriya 23 ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।