Genesis 35:22 in Oriya 22 ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାଙ୍କର ବିଲହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।
Other Translations King James Version (KJV) And it came to pass, when Israel dwelt in that land, that Reuben went and lay with Bilhah his father's concubine: and Israel heard it. Now the sons of Jacob were twelve:
American Standard Version (ASV) And it came to pass, while Israel dwelt in that land, that Reuben went and lay with Bilhah his father's concubine: and Israel heard of it. Now the sons of Jacob were twelve:
Bible in Basic English (BBE) Now while they were living in that country, Reuben had connection with Bilhah, his father's servant-woman: and Israel had news of it.
Darby English Bible (DBY) And it came to pass when Israel dwelt in that land, that Reuben went and lay with Bilhah, his father's concubine; and Israel heard of it. And the sons of Jacob were twelve.
Webster's Bible (WBT) And it came to pass, when Israel dwelt in that land, that Reuben went and lay with Bilhah his father's concubine: and Israel heard it. Now the sons of Jacob were twelve:
World English Bible (WEB) It happened, while Israel lived in that land, that Reuben went and lay with Bilhah, his father's concubine, and Israel heard of it. Now the sons of Jacob were twelve.
Young's Literal Translation (YLT) and it cometh to pass in Israel's dwelling in that land, that Reuben goeth, and lieth with Bilhah his father's concubine; and Israel heareth.
Cross Reference Genesis 29:31 in Oriya 31 ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।
Genesis 30:5 in Oriya 5 ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା।
Genesis 35:18 in Oriya 18 ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ ରଖିଲେ।
Genesis 46:8 in Oriya 8 ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍।
Genesis 49:1 in Oriya 1 ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।
Exodus 1:1 in Oriya 1 ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଦେଶକୁ ଆସିଲେ, ସେମାନଙ୍କ ନାମ;
Exodus 6:14 in Oriya 14 ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ୍ ଓ କର୍ମ୍ମି; ଏମାନେ ରୁବେନ୍ର ବଂଶ।
Leviticus 18:8 in Oriya 8 ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।
Numbers 1:5 in Oriya 5 ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍ ବଂଶର ଶଦେୟରର ପୁତ୍ର ଇଲୀଷୂର।
Numbers 1:20 in Oriya 20 ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Numbers 2:3 in Oriya 3 ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୂଦା-ଧ୍ୱଜାର ପଶ୍ଚାଦ୍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୂଦା-ସନ୍ତାନଗଣର ଅଧିପତି ହେବ;
Numbers 7:12 in Oriya 12 ତହିଁରେ ପ୍ରଥମ ଦିନ ଯିହୂଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;
Numbers 26:5 in Oriya 5 ରୁବେନ୍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;
Numbers 26:57 in Oriya 57 ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତ୍ଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।
Numbers 34:14 in Oriya 14 କାରଣ ରୁବେନ-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
Deuteronomy 33:1 in Oriya 1 ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।
Joshua 13:1 in Oriya 1 ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତ-ବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।
2 Samuel 16:21 in Oriya 21 ତହିଁରେ ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ୱରୂପ ହେବ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ।”
2 Samuel 20:3 in Oriya 3 ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ।
1 Chronicles 2:1 in Oriya 1 ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ୍, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୁନ୍;
1 Chronicles 5:1 in Oriya 1 ଇସ୍ରାଏଲର ପ୍ରଥମଜାତ ରୁବେନ୍ର ସନ୍ତାନଗଣର କଥା, ରୁବେନ୍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ।
1 Chronicles 12:23 in Oriya 23 ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।
1 Chronicles 27:16 in Oriya 16 ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଷର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।
Ezekiel 48:1 in Oriya 1 ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ : ହମାତ୍ର ପ୍ରବେଶ-ସ୍ଥାନକୁ ଯିବାର ହତ୍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦାମାସ୍କସ୍ର ସୀମା ନିକଟସ୍ଥ ହତ୍ସର-ଐନନ୍, ହମାତ୍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ, ଏକ ଅଂଶ।
Acts 7:8 in Oriya 8 ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ।
1 Corinthians 5:1 in Oriya 1 ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୂଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।
Revelation 7:4 in Oriya 4 ତାପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ,
Revelation 21:14 in Oriya 14 ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ, ସେହି ସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି।