Genesis 38:24 in Oriya 24 ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”
Other Translations King James Version (KJV) And it came to pass about three months after, that it was told Judah, saying, Tamar thy daughter in law hath played the harlot; and also, behold, she is with child by whoredom. And Judah said, Bring her forth, and let her be burnt.
American Standard Version (ASV) And it came to pass about three months after, that it was told Judah, saying, Tamar thy daughter-in-law hath played the harlot; and moreover, behold, she is with child by whoredom. And Judah said, Bring her forth, and let her be burnt.
Bible in Basic English (BBE) Now about three months after this, word came to Judah that Tamar, his daughter-in-law, had been acting like a loose woman and was with child. And Judah said, Take her out and let her be burned.
Darby English Bible (DBY) And it came to pass about three months after, that it was told Judah, saying, Tamar thy daughter-in-law has committed fornication, and behold, she is also with child by fornication. And Judah said, Bring her forth, that she may be burned.
Webster's Bible (WBT) And it came to pass about three months after, that it was told to Judah, saying, Tamar thy daughter-in-law hath played the harlot; and also, behold she is with child by lewdness: and Judah said, Bring her forth, and let her be burnt.
World English Bible (WEB) It happened about three months later, that it was told Judah, saying, "Tamar, your daughter-in-law, has played the prostitute; and moreover, behold, she is with child by prostitution." Judah said, "Bring her forth, and let her be burnt."
Young's Literal Translation (YLT) And it cometh to pass about three months `after', that it is declared to Judah, saying, `Tamar thy daughter-in-law hath committed fornication; and also, lo, she hath conceived by fornication:' and Judah saith, `Bring her out -- and she is burnt.'
Cross Reference Genesis 20:3 in Oriya 3 ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”
Genesis 20:7 in Oriya 7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
Genesis 20:9 in Oriya 9 ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”
Genesis 34:31 in Oriya 31 ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ ?”
Leviticus 20:10 in Oriya 10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
Leviticus 21:9 in Oriya 9 ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ।
Deuteronomy 22:21 in Oriya 21 ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Deuteronomy 24:16 in Oriya 16 ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ।
Judges 19:2 in Oriya 2 ପୁଣି ତାହାର ଉପପତ୍ନୀ ତାହା ବିରୁଦ୍ଧରେ କ୍ରୋଧ କରି ତାହା ନିକଟରୁ ବାହାରି ଯାଇ ବେଥଲିହିମ-ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା।
2 Samuel 12:5 in Oriya 5 ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁୁର ଯୋଗ୍ୟ;
2 Samuel 12:7 in Oriya 7 ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;
Ecclesiastes 7:26 in Oriya 26 ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।
Jeremiah 2:20 in Oriya 20 ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।
Jeremiah 3:1 in Oriya 1 ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !
Jeremiah 3:6 in Oriya 6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।
Jeremiah 3:8 in Oriya 8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
Jeremiah 29:22 in Oriya 22 ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ‘ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।
Ezekiel 16:15 in Oriya 15 ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ସକାଶୁ ବ୍ୟଭିଚାରିଣୀ ହେଲ, ପୁଣି, ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା।
Ezekiel 16:28 in Oriya 28 ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।
Ezekiel 16:41 in Oriya 41 ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ।
Ezekiel 23:5 in Oriya 5 ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,
Ezekiel 23:19 in Oriya 19 ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା।
Ezekiel 23:44 in Oriya 44 ପୁଣି, ଲୋକେ ଯେପରି ବେଶ୍ୟା ସହ ଶୟନ କରନ୍ତି, ସେହିପରି ସେମାନେ ତାହା ସହ ଶୟନ କଲେ; ଏହି ପ୍ରକାରେ ସେମାନେ ଅହଲା ଓ ଅହଲୀବା, ଏହି ଲମ୍ପଟା ସ୍ତ୍ରୀମାନଙ୍କ ସହ ଶୟନ କଲେ।
Hosea 2:5 in Oriya 5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।”
Hosea 3:3 in Oriya 3 ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋ' ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।
Hosea 4:15 in Oriya 15 ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବୈଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
Matthew 7:1 in Oriya 1 ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ।
Romans 2:1 in Oriya 1 ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହି ପ୍ରକାର କର୍ମ କରୁଥାଅ।
Romans 14:22 in Oriya 22 ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଇଶ୍ବରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ। ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ।