Genesis 39:9 in Oriya 9 ଏହି ଗୃହରେ ମୋ'ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ' ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ ?”
Other Translations King James Version (KJV) There is none greater in this house than I; neither hath he kept back any thing from me but thee, because thou art his wife: how then can I do this great wickedness, and sin against God?
American Standard Version (ASV) he is not greater in this house than I; neither hath he kept back anything from me but thee, because thou art his wife: how then can I do this great wickedness, and sin against God?
Bible in Basic English (BBE) So that no one has more authority in this house than I have; he has kept nothing back from me but you, because you are his wife; how then may I do this great wrong, sinning against God?
Darby English Bible (DBY) There is none greater in this house than I; neither has he withheld anything from me but thee, because thou art his wife; and how should I do this great wickedness, and sin against God?
Webster's Bible (WBT) There is none greater in his house than I; neither hath he kept back any thing from me but thee, because thou art his wife: how then can I do this great wickedness, and sin against God?
World English Bible (WEB) He isn't greater in this house than I, neither has he kept back anything from me but you, because you are his wife. How then can I do this great wickedness, and sin against God?"
Young's Literal Translation (YLT) none is greater in this house than I, and he hath not withheld from me anything, except thee, because thou `art' his wife; and how shall I do this great evil? -- then have I sinned against God.'
Cross Reference Genesis 20:3 in Oriya 3 ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”
Genesis 20:6 in Oriya 6 ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।
Genesis 24:2 in Oriya 2 ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋ' ଜଙ୍ଘରେ ହସ୍ତ ଦିଅ;
Genesis 41:40 in Oriya 40 ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”
Genesis 42:18 in Oriya 18 ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।
Leviticus 6:2 in Oriya 2 “କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରେ, ଅର୍ଥାତ୍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;
Leviticus 20:10 in Oriya 10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
Numbers 32:23 in Oriya 23 ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।
2 Samuel 11:27 in Oriya 27 ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।
2 Samuel 12:13 in Oriya 13 ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।
Nehemiah 5:15 in Oriya 15 ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।
Nehemiah 6:11 in Oriya 11 ତହିଁରେ ମୁଁ କହିଲି, “ମୋ' ପରି ଲୋକ କ'ଣ ପଳାଇବ ? ମୋ' ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି ? ମୁଁ ଭିତରକୁ ଯିବି ନାହିଁ।”
Job 31:9 in Oriya 9 ଯେବେ ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;
Job 31:23 in Oriya 23 କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋ' ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ହେତୁରୁ ମୁଁ କିଛି କରି ପାରିଲି ନାହିଁ।
Psalm 51:4 in Oriya 4 ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
Proverbs 6:29 in Oriya 29 ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।
Proverbs 6:32 in Oriya 32 ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣ ନାଶ କରିବ, ସେହିଁ ତାହା କରେ।
Jeremiah 5:8 in Oriya 8 ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।
Jeremiah 28:16 in Oriya 16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।'”
Jeremiah 50:7 in Oriya 7 ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପିତୃପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।
Luke 12:48 in Oriya 48 ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ। ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ।
1 Corinthians 4:2 in Oriya 2 ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ।
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Titus 2:10 in Oriya 10 ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଇଶ୍ବରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି।
Hebrews 13:4 in Oriya 4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
1 John 3:9 in Oriya 9 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଇଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ।
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।