Genesis 4:7 in Oriya 7 ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
Other Translations King James Version (KJV) If thou doest well, shalt thou not be accepted? and if thou doest not well, sin lieth at the door. And unto thee shall be his desire, and thou shalt rule over him.
American Standard Version (ASV) If thou doest well, shall it not be lifted up? and if thou doest not well, sin coucheth at the door: and unto thee shall be its desire, but do thou rule over it.
Bible in Basic English (BBE) If you do well, will you not have honour? and if you do wrong, sin is waiting at the door, desiring to have you, but do not let it be your master.
Darby English Bible (DBY) If thou doest well, will not [thy countenance] look up [with confidence]? and if thou doest not well, sin lieth at the door; and unto thee [shall be] his desire, and thou shalt rule over him.
Webster's Bible (WBT) If thou doest well, shalt thou not be accepted? and if thou doest not well, sin lieth at the door. And to thee shall be his desire, and thou shalt rule over him.
World English Bible (WEB) If you do well, will it not be lifted up? If you don't do well, sin crouches at the door. Its desire is for you, but you are to rule over it."
Young's Literal Translation (YLT) Is there not, if thou dost well, acceptance? and if thou dost not well, at the opening a sin-offering is crouching, and unto thee its desire, and thou rulest over it.'
Cross Reference Genesis 3:16 in Oriya 16 ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
Genesis 4:8 in Oriya 8 ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
Genesis 19:21 in Oriya 21 ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ।
Numbers 32:23 in Oriya 23 ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।
2 Samuel 24:23 in Oriya 23 ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”
2 Kings 8:28 in Oriya 28 ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍ ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ।
Job 29:4 in Oriya 4 ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋ' ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;
Job 42:8 in Oriya 8 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”
Proverbs 18:5 in Oriya 5 ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।
Proverbs 21:27 in Oriya 27 ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।
Ecclesiastes 8:12 in Oriya 12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
Isaiah 3:10 in Oriya 10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
Jeremiah 6:20 in Oriya 20 ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।
Malachi 1:8 in Oriya 8 “ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କ'ଣ ମନ୍ଦ ନୁହେଁ ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କ'ଣ ମନ୍ଦ ନୁହେଁ ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ ?” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 1:10 in Oriya 10 ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।”
Malachi 1:13 in Oriya 13 ଆହୁରି, ତୁମ୍ଭେମାନେ କହୁଅଛ, “ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; “ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା ?” ଏହା ସଦାପ୍ରଭୁ କହନ୍ତି।
Acts 10:35 in Oriya 35 କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି।
Romans 2:6 in Oriya 6 ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ;
Romans 6:16 in Oriya 16 ମୃତ୍ୟୁଜନକ ପାପ କିମ୍ବା ଧାର୍ମିିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କ'ଣ ଜାଣ ନାହିଁ ?
Romans 7:8 in Oriya 8 କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋ'ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ମୋଶାଙ୍କ ବ୍ୟବସ୍ଥା ବିନା ପାପ ମୃତ।
Romans 12:1 in Oriya 1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଇଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଇଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
Romans 15:16 in Oriya 16 କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଇଶ୍ବରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି।
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
1 Timothy 5:4 in Oriya 4 କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଇଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।
Hebrews 11:4 in Oriya 4 ବିଶ୍ୱାସ ଦ୍ୱାରା ହେବଲ ଇଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ୱର ନିଜେ ତାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।
James 1:15 in Oriya 15 ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।
1 Peter 2:5 in Oriya 5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।