Genesis 41:8 in Oriya 8 ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସରଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।
Other Translations King James Version (KJV) And it came to pass in the morning that his spirit was troubled; and he sent and called for all the magicians of Egypt, and all the wise men thereof: and Pharaoh told them his dream; but there was none that could interpret them unto Pharaoh.
American Standard Version (ASV) And it came to pass in the morning that his spirit was troubled; and he sent and called for all the magicians of Egypt, and all the wise men thereof: and Pharaoh told them his dream; but there was none that could interpret them unto Pharaoh.
Bible in Basic English (BBE) And in the morning his spirit was troubled; and he sent for all the wise men of Egypt and all the holy men, and put his dream before them, but no one was able to give him the sense of it.
Darby English Bible (DBY) And it came to pass in the morning, that his spirit was troubled; and he sent and called for all the scribes of Egypt, and all the sages who were therein, and Pharaoh told them his dream; but [there was] none to interpret them to Pharaoh.
Webster's Bible (WBT) And it came to pass in the morning, that his spirit was troubled; and he sent and called for all the magicians of Egypt, and all the wise men thereof: and Pharaoh told them his dream; but there was none that could interpret them to Pharaoh.
World English Bible (WEB) It happened in the morning that his spirit was troubled, and he sent and called for all the magicians of Egypt, and all the wise men of it. Pharaoh told them his dream, but there was no one who could interpret them to Pharaoh.
Young's Literal Translation (YLT) And it cometh to pass in the morning, that his spirit is moved, and he sendeth and calleth all the scribes of Egypt, and all its wise men, and Pharaoh recounteth to them his dream, and there is no interpreter of them to Pharaoh.
Cross Reference Genesis 40:6 in Oriya 6 ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ।
Genesis 40:8 in Oriya 8 ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”
Exodus 7:11 in Oriya 11 ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।
Exodus 7:22 in Oriya 22 ସେତେବେଳେ ମିସ୍ରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
Exodus 8:7 in Oriya 7 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।
Exodus 8:18 in Oriya 18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।
Exodus 9:11 in Oriya 11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା।
Leviticus 19:31 in Oriya 31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।
Leviticus 20:6 in Oriya 6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
Deuteronomy 18:9 in Oriya 9 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ।
Job 5:12 in Oriya 12 ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ।
Psalm 25:14 in Oriya 14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
Isaiah 8:19 in Oriya 19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ'ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ'ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?
Isaiah 19:3 in Oriya 3 ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।
Isaiah 19:11 in Oriya 11 ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ ?
Isaiah 29:14 in Oriya 14 ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।
Isaiah 47:12 in Oriya 12 ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।
Daniel 1:20 in Oriya 20 ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।
Daniel 2:1 in Oriya 1 ଏଥିଉତ୍ତାରେ ନବୂଖଦ୍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।
Daniel 2:27 in Oriya 27 ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ;
Daniel 4:5 in Oriya 5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା।
Daniel 4:7 in Oriya 7 ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନେ ମୋ' ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।
Daniel 4:19 in Oriya 19 ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ। ବେଲ୍ଟଶତ୍ସର ଉତ୍ତର କରି କହିଲେ, ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।
Daniel 5:6 in Oriya 6 ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟୀଦେଶର ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।
Daniel 5:11 in Oriya 11 ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;
Daniel 7:28 in Oriya 28 ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”
Daniel 8:27 in Oriya 27 ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ।
Habakkuk 3:16 in Oriya 16 ମୁଁ ଶୁଣିଲି ଓ ମୋ' ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ' ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
Matthew 2:1 in Oriya 1 ହେରୋଦ ରାଜାଙ୍କ ସମୟରେ ଯିହୂଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବଦେଶର କେତେକ ପଣ୍ଡିତ ଯିରୂଶାଲମକୁ ଆସି କହିଲେ,
Acts 7:22 in Oriya 22 ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ।
Acts 17:18 in Oriya 18 ସେଥିରେ ଏପିକୂୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କ'ଣ କହିବାକୁ ଇଚ୍ଛା କରୁଅଛ ? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।
1 Corinthians 1:19 in Oriya 19 ଯେଣୁ ଏହା ଲେଖା ଅଛି, “ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା।”
1 Corinthians 3:18 in Oriya 18 କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ।