Genesis 43:11 in Oriya 11 ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।
Other Translations King James Version (KJV) And their father Israel said unto them, If it must be so now, do this; take of the best fruits in the land in your vessels, and carry down the man a present, a little balm, and a little honey, spices, and myrrh, nuts, and almonds:
American Standard Version (ASV) And their father Israel said unto them, If it be so now, do this: take of the choice fruits of the land in your vessels, and carry down the man a present, a little balm, and a little honey, spicery and myrrh, nuts, and almonds;
Bible in Basic English (BBE) And take twice as much money with you; that is to say, take back the money which was put in your bags, for it may have been an error;
Darby English Bible (DBY) And their father Israel said to them, If it is then so, do this: take of the best fruits in the land in your vessels, and carry down the man a gift: a little balsam and a little honey, tragacanth and ladanum, pistacia-nuts and almonds.
Webster's Bible (WBT) And take double money in your hand; and the money that was returned in the mouth of your sacks, carry it again in your hand; it may be it was an oversight:
World English Bible (WEB) Their father, Israel, said to them, "If it be so now, do this. Take from the choice fruits of the land in your bags, and carry down a present for the man, a little balm, a little honey, spices and myrrh, nuts, and almonds;
Young's Literal Translation (YLT) And Israel their father saith unto them, `If so, now, this do: take of the praised thing of the land in your vessels, and take down to the man a present, a little balm, and a little honey, spices and myrrh, nuts and almonds;
Cross Reference Genesis 32:13 in Oriya 13 ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା;
Genesis 33:10 in Oriya 10 ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋ' ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋ' ପ୍ରତି ପ୍ରସନ୍ନ ହୋଇଅଛନ୍ତି।
Genesis 37:25 in Oriya 25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।
Genesis 43:14 in Oriya 14 ସର୍ବଶକ୍ତିମାନ୍ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନକୁ ଛାଡ଼ି ଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”
Leviticus 20:24 in Oriya 24 ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Deuteronomy 33:14 in Oriya 14 ପୁଣି, ସୂର୍ଯ୍ୟର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ ଓ ଚନ୍ଦ୍ରର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ,
1 Samuel 9:7 in Oriya 7 ତେବେ ଶାଉଲ ଆପଣା ଯୁବାକୁ କହିଲେ, ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା ? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି ?
1 Samuel 25:27 in Oriya 27 ଏଣୁ ଆପଣଙ୍କ ଦାସୀ ମୋର ପ୍ରଭୁଙ୍କ ନିକଟକୁ ଯେଉଁ ଭେଟୀ ଆଣିଅଛି, ତାହା ମୋର ପ୍ରଭୁଙ୍କ ଅନୁଗାମୀ ଯୁବାମାନଙ୍କୁ ଦିଆଯାଉ।
1 Kings 4:21 in Oriya 21 ପୁଣି, ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।
1 Kings 10:15 in Oriya 15 ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି, ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା।
1 Kings 10:25 in Oriya 25 ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟୀ ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।
1 Kings 15:19 in Oriya 19 “ମୋର ଓ ତୁମ୍ଭ ମଧ୍ୟରେ, ମୋ' ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟୀ ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋ' ନିକଟରୁ ପ୍ରସ୍ଥାନ କରିବ।”
2 Kings 8:8 in Oriya 8 ତହିଁରେ ରାଜା ହସାୟେଲକୁ କହିଲା, “ଆପଣା ହସ୍ତରେ ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ‘ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ ?’ ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାର।”
2 Kings 16:8 in Oriya 8 ପୁଣି ଆହସ୍ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ।
2 Kings 20:12 in Oriya 12 ସେହି ସମୟରେ ବଲ୍ଦନର ପୁତ୍ର ବରୋଦକ୍ ବଲଦନ୍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।
Esther 4:16 in Oriya 16 “ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋ' ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”
Psalm 68:29 in Oriya 29 ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ ରାଜାଗଣ ତୁମ୍ଭ ନିକଟକୁ ଦର୍ଶନୀ ଆଣିବେ।
Psalm 72:10 in Oriya 10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସିବାର ରାଜାଗଣ ଭେଟୀ ଦାନ କରିବେ।
Psalm 76:11 in Oriya 11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।
Proverbs 17:18 in Oriya 18 ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।
Proverbs 18:16 in Oriya 16 ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।
Proverbs 19:6 in Oriya 6 ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।
Proverbs 21:14 in Oriya 14 ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ।
Song of Solomon 4:10 in Oriya 10 ହେ ମୋହର ଭଗିନୀ, ମୋହର କନ୍ୟେ, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ !
Song of Solomon 4:14 in Oriya 14 ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁର, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ।
Song of Solomon 8:14 in Oriya 14 ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ।
Jeremiah 8:22 in Oriya 22 ଗିଲୀୟଦରେ କ'ଣ ଔଷଧ ନାହିଁ ? ସେଠାରେ କ'ଣ ବୈଦ୍ୟ ନାହାନ୍ତି ? ତେବେ ମୋ' ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ ?
Ezekiel 27:15 in Oriya 15 ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍ କାଷ୍ଠ ଆଣିଲେ।
Ezekiel 27:17 in Oriya 17 ଯିହୂଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Acts 21:14 in Oriya 14 ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ।