Genesis 43:14 in Oriya 14 ସର୍ବଶକ୍ତିମାନ୍ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନକୁ ଛାଡ଼ି ଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”
Other Translations King James Version (KJV) And God Almighty give you mercy before the man, that he may send away your other brother, and Benjamin. If I be bereaved of my children, I am bereaved.
American Standard Version (ASV) and God Almighty give you mercy before the man, that he may release unto you your other brother and Benjamin. And if I be bereaved of my children, I am bereaved.
Bible in Basic English (BBE) So they took what their father said for the man, and twice as much money in their hands, and Benjamin, and went on their journey to Egypt, and came before Joseph.
Darby English Bible (DBY) And the Almighty ùGod give you mercy before the man, that he may send away your other brother and Benjamin! And I, if I be bereaved of children, am bereaved.
Webster's Bible (WBT) And the men took that present, and they took double money in their hand, and Benjamin; and arose, and went down to Egypt, and stood before Joseph.
World English Bible (WEB) May God Almighty give you mercy before the man, that he may release to you your other brother and Benjamin. If I am bereaved of my children, I am bereaved."
Young's Literal Translation (YLT) and God Almighty give to you mercies before the man, so that he hath sent to you your other brother and Benjamin; and I, when I am bereaved -- I am bereaved.'
Cross Reference Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Genesis 22:14 in Oriya 14 ପୁଣି, ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ।
Genesis 28:3 in Oriya 3 ସର୍ବଶକ୍ତିମାନ୍ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।
Genesis 32:11 in Oriya 11 ବିନୟ କରୁଅଛି, ମୋ' ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।
Genesis 35:11 in Oriya 11 ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।
Genesis 39:21 in Oriya 21 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।
Genesis 42:24 in Oriya 24 “ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।”
Genesis 42:36 in Oriya 36 ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନକୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।”
Ezra 7:27 in Oriya 27 ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,
Nehemiah 1:11 in Oriya 11 ହେ ପ୍ରଭୁ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।
Esther 4:16 in Oriya 16 “ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋ' ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”
Psalm 37:5 in Oriya 5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
Psalm 85:7 in Oriya 7 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।
Psalm 100:5 in Oriya 5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
Psalm 119:41 in Oriya 41 ବୌ। ହେ ସଦାପ୍ରଭୁ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋ' ପ୍ରତି ବର୍ତ୍ତୁ।
Proverbs 1:1 in Oriya 1 ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
Proverbs 16:7 in Oriya 7 ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।
Proverbs 21:1 in Oriya 1 ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି।
Isaiah 49:13 in Oriya 13 ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।
Luke 1:50 in Oriya 50 ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।
Acts 7:10 in Oriya 10 ପୁଣି, ତାଙ୍କ ସମସ୍ତ କ୍ଲେଶରୁ ତାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ଦେଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ।
Acts 21:14 in Oriya 14 ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ।
1 Timothy 1:2 in Oriya 2 ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ; ପିତା ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।
1 Timothy 1:16 in Oriya 16 ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥି ନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।
Titus 1:4 in Oriya 4 ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
2 John 1:3 in Oriya 3 ପିତା ଈଶ୍ୱର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ।