Genesis 48:16 in Oriya 16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋ' ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
Other Translations King James Version (KJV) The Angel which redeemed me from all evil, bless the lads; and let my name be named on them, and the name of my fathers Abraham and Isaac; and let them grow into a multitude in the midst of the earth.
American Standard Version (ASV) the angel who hath redeemed me from all evil, bless the lads; and let my name be named on them, and the name of my fathers Abraham and Isaac; and let them grow into a multitude in the midst of the earth.
Bible in Basic English (BBE) The angel who has been my saviour from all evil, send his blessing on these children: and let my name and the name of my fathers, Abraham and Isaac, be given to them; and let them become a great nation in the earth.
Darby English Bible (DBY) the Angel that redeemed me from all evil, bless the lads; and let my name be named upon them, and the name of my fathers Abraham and Isaac; and let them grow into a multitude in the midst of the land!
Webster's Bible (WBT) The angel who hath redeemed me from all evil, bless the lads; and let my name be named on them, and the name of my fathers Abraham and Isaac: and let them grow into a multitude in the midst of the earth.
World English Bible (WEB) the angel who has redeemed me from all evil, bless the lads, and let my name be named on them, and the name of my fathers Abraham and Isaac. Let them grow into a multitude in the midst of the earth."
Young's Literal Translation (YLT) the Messenger who is redeeming me from all evil doth bless the youths, and my name is called upon them, and the name of my fathers Abraham and Isaac; and they increase into a multitude in the midst of the land.'
Cross Reference Genesis 1:21 in Oriya 21 ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
Genesis 16:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,
Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Genesis 31:11 in Oriya 11 ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ଯାକୁବ ବୋଲି ଡାକନ୍ତେ, ମୁଁ କହିଲି, “ଦେଖନ୍ତୁ, ମୁଁ ଏଠାରେ।”
Genesis 32:28 in Oriya 28 ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
Genesis 48:5 in Oriya 5 ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ୍ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।
Genesis 49:22 in Oriya 22 ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।
Exodus 1:7 in Oriya 7 ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।
Exodus 3:2 in Oriya 2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
Exodus 23:20 in Oriya 20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
Numbers 1:46 in Oriya 46 ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା।
Numbers 26:28 in Oriya 28 ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।
Deuteronomy 28:10 in Oriya 10 ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।
Deuteronomy 33:17 in Oriya 17 ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣାର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକି, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।
Joshua 17:17 in Oriya 17 ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକି କହିଲେ, ତୁମ୍ଭେ ବହୁଗୋଷ୍ଠୀ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ।
Judges 2:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍ଗଲରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।
Judges 6:21 in Oriya 21 ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।
Judges 13:21 in Oriya 21 ଏଥି ଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା।
2 Chronicles 7:14 in Oriya 14 ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।
Psalm 34:2 in Oriya 2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।
Psalm 34:7 in Oriya 7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
Psalm 34:22 in Oriya 22 ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।
Psalm 121:7 in Oriya 7 ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।
Isaiah 47:4 in Oriya 4 ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Jeremiah 14:9 in Oriya 9 ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ, ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।
Hosea 12:4 in Oriya 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
Amos 9:12 in Oriya 12 ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି।
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 6:13 in Oriya 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।
John 17:15 in Oriya 15 ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।
Acts 7:30 in Oriya 30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।
Acts 15:17 in Oriya 17 ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୂଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି।
Romans 8:23 in Oriya 23 ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।
1 Corinthians 10:4 in Oriya 4 ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),
1 Corinthians 10:9 in Oriya 9 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।
2 Timothy 4:18 in Oriya 18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍।
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Hebrews 11:21 in Oriya 21 ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ।