Genesis 50:24 in Oriya 24 ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ।”
Other Translations King James Version (KJV) And Joseph said unto his brethren, I die: and God will surely visit you, and bring you out of this land unto the land which he sware to Abraham, to Isaac, and to Jacob.
American Standard Version (ASV) And Joseph said unto his brethren, I die; but God will surely visit you, and bring you up out of this land unto the land which he sware to Abraham, to Isaac, and to Jacob.
Bible in Basic English (BBE) Then Joseph said to his brothers, The time of my death has come; but God will keep you in mind and take you out of this land into the land which he gave by his oath to Abraham and Isaac and Jacob.
Darby English Bible (DBY) And Joseph said to his brethren, I die; and God will certainly visit you, and bring you up out of this land, into the land that he swore unto Abraham, to Isaac, and to Jacob.
Webster's Bible (WBT) And Joseph said to his brethren, I die: and God will surely visit you, and bring you out of this land, to the land which he swore to Abraham, to Isaac, and to Jacob.
World English Bible (WEB) Joseph said to his brothers, "I am dying, but God will surely visit you, and bring you up out of this land to the land which he swore to Abraham, to Isaac, and to Jacob."
Young's Literal Translation (YLT) And Joseph saith unto his brethren, `I am dying, and God doth certainly inspect you, and hath caused you to go up from this land, unto the land which He hath sworn to Abraham, to Isaac, and to Jacob.'
Cross Reference Genesis 3:19 in Oriya 19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
Genesis 12:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
Genesis 13:15 in Oriya 15 କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
Genesis 13:17 in Oriya 17 ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା।
Genesis 15:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”
Genesis 15:14 in Oriya 14 ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।
Genesis 15:18 in Oriya 18 ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
Genesis 17:8 in Oriya 8 ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”
Genesis 21:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ।
Genesis 26:3 in Oriya 3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Genesis 35:12 in Oriya 12 ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”
Genesis 46:4 in Oriya 4 ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”
Genesis 48:21 in Oriya 21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।”
Genesis 50:5 in Oriya 5 ମୋ' ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ। ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।
Exodus 3:16 in Oriya 16 ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।
Exodus 4:31 in Oriya 31 ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।
Exodus 33:1 in Oriya 1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏସ୍ଥାନରୁ ପ୍ରସ୍ଥାନ କର;
Numbers 32:11 in Oriya 11 “ଆମ୍ଭେ ଅବ୍ରହାମକୁ, ଇସହାକ୍କୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।”
Deuteronomy 1:8 in Oriya 8 ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।”
Deuteronomy 6:10 in Oriya 10 ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,
Job 30:23 in Oriya 23 କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ।
Ecclesiastes 12:5 in Oriya 5 ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
Ecclesiastes 12:7 in Oriya 7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।
Romans 5:12 in Oriya 12 ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।
Hebrews 9:27 in Oriya 27 ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେମାତ୍ର ମୃତ୍ୟୁ,
Hebrews 11:22 in Oriya 22 ବିଶ୍ୱାସ ଦ୍ୱାରା ଯୋଷେଫ ମୃତ୍ୟୁ ସମୟରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରସ୍ଥାନ ବିଷୟ ଉଲ୍ଲେଖ କଲେ, ପୁଣି, ଆପଣା ଅସ୍ଥି ସମ୍ବନ୍ଧରେ ଆଜ୍ଞା ଦେଲେ।