Genesis 6:17 in Oriya 17 ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
Other Translations King James Version (KJV) And, behold, I, even I, do bring a flood of waters upon the earth, to destroy all flesh, wherein is the breath of life, from under heaven; and every thing that is in the earth shall die.
American Standard Version (ASV) And I, behold, I do bring the flood of waters upon this earth, to destroy all flesh, wherein is the breath of life, from under heaven; everything that is in the earth shall die.
Bible in Basic English (BBE) For truly, I will send a great flow of waters over the earth, for the destruction from under the heaven of all flesh in which is the breath of life; everything on the earth will come to an end.
Darby English Bible (DBY) For I, behold, I bring a flood of waters on the earth, to destroy all flesh under the heavens in which is the breath of life: everything that is on the earth shall expire.
Webster's Bible (WBT) And behold, I, even I do bring a flood of waters upon the earth, to destroy all flesh, in which is the breath of life, from under heaven: and every thing that is on the earth shall die.
World English Bible (WEB) I, even, I do bring the flood of waters on this earth, to destroy all flesh having the breath of life from under the sky. Everything that is in the earth will die.
Young's Literal Translation (YLT) `And I, lo, I am bringing in the deluge of waters on the earth to destroy all flesh, in which `is' a living spirit, from under the heavens; all that `is' in the earth doth expire.
Cross Reference Genesis 2:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
Genesis 6:7 in Oriya 7 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
Genesis 6:13 in Oriya 13 ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
Genesis 7:4 in Oriya 4 ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
Genesis 7:15 in Oriya 15 ଅର୍ଥାତ୍, ପ୍ରାଣବାୟୁବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
Genesis 7:17 in Oriya 17 ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
Genesis 7:21 in Oriya 21 ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
Genesis 9:9 in Oriya 9 “ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
Exodus 14:17 in Oriya 17 ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
Leviticus 26:28 in Oriya 28 ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।
Deuteronomy 32:39 in Oriya 39 ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।
Job 22:16 in Oriya 16 ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;
Psalm 29:10 in Oriya 10 ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।
Psalm 93:3 in Oriya 3 ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
Psalm 107:34 in Oriya 34 ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।
Isaiah 51:12 in Oriya 12 ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
Isaiah 54:9 in Oriya 9 “କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।
Ezekiel 5:8 in Oriya 8 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।
Ezekiel 6:3 in Oriya 3 ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ଼୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।
Ezekiel 34:11 in Oriya 11 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।
Ezekiel 34:20 in Oriya 20 ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧ୍ୟରେ ବିଚାର କରିବା।
Hosea 5:14 in Oriya 14 କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।
Amos 9:6 in Oriya 6 ଯେ ଆକାଶରେ ଆପଣା କୋଠରୀ ଶ୍ରେଣୀ ନିର୍ମାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ।
Matthew 24:39 in Oriya 39 ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ।
Luke 17:27 in Oriya 27 ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳ ପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା।
Romans 5:12 in Oriya 12 ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।
Romans 5:21 in Oriya 21 ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।
Romans 6:23 in Oriya 23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଇଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
Romans 8:20 in Oriya 20 କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତା'ର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;
Hebrews 11:7 in Oriya 7 ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।
1 Peter 3:20 in Oriya 20 ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ୱର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;
2 Peter 2:5 in Oriya 5 ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;