Habakkuk 1:12 in Oriya 12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।
Other Translations King James Version (KJV) Art thou not from everlasting, O LORD my God, mine Holy One? we shall not die. O LORD, thou hast ordained them for judgment; and, O mighty God, thou hast established them for correction.
American Standard Version (ASV) Art not thou from everlasting, O Jehovah my God, my Holy One? we shall not die. O Jehovah, thou hast ordained him for judgment; and thou, O Rock, hast established him for correction.
Bible in Basic English (BBE) Are you not eternal, O Lord my God, my Holy One? for you there is no death. O Lord, he has been ordered by you for our punishment; and by you, O Rock, he has been marked out to put us right.
Darby English Bible (DBY) -- Art thou not from everlasting, Jehovah my God, my Holy One? We shall not die. Jehovah, thou hast ordained him for judgment; and thou, O Rock, hast appointed him for correction.
World English Bible (WEB) Aren't you from everlasting, Yahweh my God, my Holy One? We will not die. Yahweh, you have appointed him for judgment. You, Rock, have established him to punish.
Young's Literal Translation (YLT) Art not Thou of old, O Jehovah, my God, my Holy One? We do not die, O Jehovah, For judgment Thou hast appointed it, And, O Rock, for reproof Thou hast founded it.
Cross Reference Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
Deuteronomy 32:30 in Oriya 30 ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥା'ନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥା'ନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ ?
Deuteronomy 33:27 in Oriya 27 ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ ବିନାଶ କର ବୋଲି କହିଲେ।
1 Samuel 2:2 in Oriya 2 ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।
2 Kings 19:25 in Oriya 25 ଏହା କ'ଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ।
Psalm 17:13 in Oriya 13 ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ଼୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ' ପ୍ରାଣକୁ ଉଦ୍ଧାର କର;
Psalm 18:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
Psalm 90:2 in Oriya 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
Psalm 93:2 in Oriya 2 ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ।
Psalm 118:17 in Oriya 17 ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
Isaiah 10:5 in Oriya 5 ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
Isaiah 27:6 in Oriya 6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।”
Isaiah 37:26 in Oriya 26 କିପରି ଆମ୍ଭେ ଦୀର୍ଘ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କ'ଣ ତୁମ୍ଭେ ଶୁଣି ନାହଁ ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।
Isaiah 40:28 in Oriya 28 ତୁମ୍ଭେ କି ଜାଣି ନାହଁ ? ତୁମ୍ଭେ କି ଶୁଣି ନାହଁ ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
Isaiah 43:15 in Oriya 15 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”
Isaiah 49:7 in Oriya 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Jeremiah 4:27 in Oriya 27 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।
Jeremiah 5:18 in Oriya 18 ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।”
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Jeremiah 30:11 in Oriya 11 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।'
Jeremiah 31:18 in Oriya 18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Jeremiah 33:24 in Oriya 24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।' ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”
Jeremiah 46:28 in Oriya 28 ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
Lamentations 5:19 in Oriya 19 ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ।
Ezekiel 30:25 in Oriya 25 ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ଼୍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 37:11 in Oriya 11 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
Amos 9:8 in Oriya 8 ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ, ଏହା ସଦାପ୍ରଭୁ କହନ୍ତି।”
Micah 5:2 in Oriya 2 ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
Habakkuk 3:2 in Oriya 2 ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।
Malachi 3:6 in Oriya 6 “କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।
Acts 3:14 in Oriya 14 ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ,ଏହା ପ୍ରାର୍ଥନା କଲେ,
1 Timothy 1:17 in Oriya 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
1 Timothy 6:16 in Oriya 16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।
Hebrews 1:10 in Oriya 10 ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ”
Hebrews 12:5 in Oriya 5 ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;
Hebrews 13:8 in Oriya 8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
Revelation 1:8 in Oriya 8 ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ।
Revelation 1:11 in Oriya 11 ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।