Habakkuk 1:13 in Oriya 13 ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ ?
Other Translations King James Version (KJV) Thou art of purer eyes than to behold evil, and canst not look on iniquity: wherefore lookest thou upon them that deal treacherously, and holdest thy tongue when the wicked devoureth the man that is more righteous than he?
American Standard Version (ASV) Thou that art of purer eyes than to behold evil, and that canst not look on perverseness, wherefore lookest thou upon them that deal treacherously, and holdest thy peace when the wicked swalloweth up the man that is more righteous than he;
Bible in Basic English (BBE) Before your holy eyes sin may not be seen, and you are unable to put up with wrong; why, then, are your eyes on the false? why do you say nothing when the evil-doer puts an end to one who is more upright than himself?
Darby English Bible (DBY) [Thou art] of purer eyes than to behold evil, and canst not look on mischief: wherefore lookest thou upon them that deal treacherously, [and] keepest silence when the wicked swalloweth up a [man] more righteous than he?
World English Bible (WEB) You who have purer eyes than to see evil, and who cannot look on perversity, why do you tolerate those who deal treacherously, and keep silent when the wicked swallows up the man who is more righteous than he,
Young's Literal Translation (YLT) Purer of eyes than to behold evil, To look on perverseness Thou art not able, Why dost Thou behold the treacherous? Thou keepest silent when the wicked Doth swallow the more righteous than he,
Cross Reference 2 Samuel 4:11 in Oriya 11 ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି ?”
1 Kings 2:32 in Oriya 32 ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋ' ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନରର ପୁତ୍ର ଅବ୍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ଼୍ଗରେ ବଧ କରିଥିଲା।
Esther 4:14 in Oriya 14 ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ ?”
Job 15:15 in Oriya 15 ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।
Psalm 5:4 in Oriya 4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।
Psalm 10:1 in Oriya 1 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ ?
Psalm 10:15 in Oriya 15 ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର।
Psalm 11:4 in Oriya 4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ।
Psalm 34:15 in Oriya 15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
Psalm 35:22 in Oriya 22 ହେ ସଦାପ୍ରଭୁ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୁ, ମୋ'ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
Psalm 37:12 in Oriya 12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।
Psalm 37:32 in Oriya 32 ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।
Psalm 50:3 in Oriya 3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
Psalm 50:21 in Oriya 21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।
Psalm 56:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ହେ ପରମେଶ୍ୱର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋ' ପ୍ରତି ଉପଦ୍ରବ କରଇ।
Psalm 73:3 in Oriya 3 କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।
Psalm 83:1 in Oriya 1 ଗୀତ, ଆସଫର ଗୀତ। ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।
Proverbs 31:8 in Oriya 8 ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
Isaiah 21:2 in Oriya 2 ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।
Isaiah 33:1 in Oriya 1 ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
Isaiah 64:12 in Oriya 12 ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ ?
Jeremiah 12:1 in Oriya 1 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥା'ନ୍ତି ?
Habakkuk 1:3 in Oriya 3 ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ ? କାରଣ ମୋ' ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।
Acts 2:23 in Oriya 23 ସେହି ବ୍ୟକ୍ତି ଇଶ୍ବରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
Acts 3:13 in Oriya 13 ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
1 Peter 1:15 in Oriya 15 ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ।