Habakkuk 1:4 in Oriya 4 ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।
Other Translations King James Version (KJV) Therefore the law is slacked, and judgment doth never go forth: for the wicked doth compass about the righteous; therefore wrong judgment proceedeth.
American Standard Version (ASV) Therefore the law is slacked, and justice doth never go forth; for the wicked doth compass about the righteous; therefore justice goeth forth perverted.
Bible in Basic English (BBE) For this reason the law is feeble and decisions are not effected: for the upright man is circled round by evil-doers; because of which right is twisted.
Darby English Bible (DBY) Therefore the law is powerless, and justice doth never go forth; for the wicked encompasseth the righteous; therefore judgment goeth forth perverted.
World English Bible (WEB) Therefore the law is paralyzed, and justice never goes forth; for the wicked surround the righteous; therefore justice goes forth perverted.
Young's Literal Translation (YLT) Therefore doth law cease, And judgment doth not go forth for ever, For the wicked is compassing the righteous, Therefore wrong judgment goeth forth.
Cross Reference Exodus 23:2 in Oriya 2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
Exodus 23:6 in Oriya 6 ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।
Deuteronomy 16:19 in Oriya 19 ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।
1 Kings 21:13 in Oriya 13 ଆଉ ପାପାଧମ-ସନ୍ତାନ ଦୁଇ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।
Job 21:7 in Oriya 7 ଦୁଷ୍ଟମାନେ କାହିଁକି ଜୀବିତ ଥା'ନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି ?
Psalm 11:3 in Oriya 3 ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କ'ଣ କରି ପାରିବ ?
Psalm 22:16 in Oriya 16 କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।
Psalm 58:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍। ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ?
Psalm 59:2 in Oriya 2 ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
Psalm 59:4 in Oriya 4 ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।
Psalm 82:1 in Oriya 1 ଆସଫର ଗୀତ। ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି।
Psalm 94:3 in Oriya 3 ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ ?
Psalm 94:20 in Oriya 20 ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ ?
Psalm 119:126 in Oriya 126 ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।
Isaiah 1:21 in Oriya 21 ବିଶ୍ଵସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
Isaiah 5:20 in Oriya 20 ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 59:2 in Oriya 2 ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
Isaiah 59:13 in Oriya 13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
Jeremiah 5:27 in Oriya 27 ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।
Jeremiah 12:1 in Oriya 1 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥା'ନ୍ତି ?
Jeremiah 12:6 in Oriya 6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।
Jeremiah 26:8 in Oriya 8 ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।
Jeremiah 26:21 in Oriya 21 ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇ ଗଲା।
Jeremiah 37:14 in Oriya 14 ସେତେବେଳେ ଯିରିମୀୟ କହିଲେ, “ଏ ମିଥ୍ୟା କଥା; ମୁଁ କଲ୍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ;” ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।
Jeremiah 38:4 in Oriya 4 ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।
Ezekiel 9:9 in Oriya 9 ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୂଦା- ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।
Ezekiel 22:25 in Oriya 25 ତାହାର ଭବିଷ୍ୟଦ୍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।
Hosea 10:4 in Oriya 4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।
Amos 5:7 in Oriya 7 ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍କାରୀମାନେ;
Amos 5:12 in Oriya 12 କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ।
Micah 2:1 in Oriya 1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର ! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
Micah 3:1 in Oriya 1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?
Micah 7:2 in Oriya 2 ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Matthew 26:59 in Oriya 59 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଖୋଜିବାକୁ ଲାଗିଲେ,
Matthew 27:1 in Oriya 1 ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,
Matthew 27:25 in Oriya 25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।
Mark 7:9 in Oriya 9 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଇଶ୍ବରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ !
Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Acts 7:59 in Oriya 59 ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।
Acts 23:12 in Oriya 12 ଦିନ ହୁଅନ୍ତେ ଯିହୂଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି, ଶପଥରେ ନିଜ ନିଜକୁ ଆବଦ୍ଧ କଲେ।
Romans 3:31 in Oriya 31 ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।
James 2:6 in Oriya 6 କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କ'ଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ ?