Habakkuk 2:18 in Oriya 18 ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?
Other Translations King James Version (KJV) What profiteth the graven image that the maker thereof hath graven it; the molten image, and a teacher of lies, that the maker of his work trusteth therein, to make dumb idols?
American Standard Version (ASV) What profiteth the graven image, that the maker thereof hath graven it; the molten image, even the teacher of lies, that he that fashioneth its form trusteth therein, to make dumb idols?
Bible in Basic English (BBE) What profit is the pictured image to its maker? and as for the metal image, the false teacher, why does its maker put his faith in it, making false gods without a voice?
Darby English Bible (DBY) What profiteth the graven image that the maker thereof hath graven it? the molten image, and the teacher of falsehood, that the maker of his work dependeth thereon, to make dumb idols?
World English Bible (WEB) "What value does the engraved image have, that its maker has engraved it; the molten image, even the teacher of lies, that he who fashions its form trusts in it, to make mute idols?
Young's Literal Translation (YLT) What profit hath a graven image given That its former hath graven it? A molten image and teacher of falsehood, That trusted hath the former on his own formation -- to make dumb idols?
Cross Reference Psalm 115:4 in Oriya 4 ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Psalm 135:15 in Oriya 15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Isaiah 1:31 in Oriya 31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।
Isaiah 37:38 in Oriya 38 ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍ ଓ ଶରେତ୍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ଼୍ଗରେ ବଧ କଲେ। ତହୁଁ ସେମାନେ ଅରାରଟ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍ହଦ୍ଦୋନ ତାହାର ପଦରେ ରାଜ୍ୟ କଲା।
Isaiah 42:17 in Oriya 17 ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।
Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Isaiah 44:14 in Oriya 14 ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ୍ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।
Isaiah 45:16 in Oriya 16 ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।
Isaiah 45:20 in Oriya 20 ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
Isaiah 46:1 in Oriya 1 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।
Isaiah 46:6 in Oriya 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
Jeremiah 2:27 in Oriya 27 ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, “ତୁମ୍ଭେ ଆମ୍ଭର ପିତା” ଓ ପଥରକୁ କହନ୍ତି, “ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,” ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, “ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।”
Jeremiah 10:3 in Oriya 3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।
Jeremiah 10:8 in Oriya 8 ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Jeremiah 50:2 in Oriya 2 “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା, ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।'
Jonah 2:8 in Oriya 8 ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
Zechariah 10:2 in Oriya 2 କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।
Romans 1:23 in Oriya 23 ପୁଣି, ଅକ୍ଷୟ ଇଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।
Romans 6:21 in Oriya 21 ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା ? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।
1 Corinthians 12:2 in Oriya 2 ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୂଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ।
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
1 Timothy 4:1 in Oriya 1 ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
Revelation 13:11 in Oriya 11 ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶିଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।