Habakkuk 2:19 in Oriya 19 ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର ! ସେ କି ଶିକ୍ଷା ଦେବ ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।
Other Translations King James Version (KJV) Woe unto him that saith to the wood, Awake; to the dumb stone, Arise, it shall teach! Behold, it is laid over with gold and silver, and there is no breath at all in the midst of it.
American Standard Version (ASV) Woe unto him that saith to the wood, Awake; to the dumb stone, Arise! Shall this teach? Behold, it is overlaid with gold and silver, and there is no breath at all in the midst of it.
Bible in Basic English (BBE) A curse on him who says to the wood, Awake! to the unbreathing stone, Up! let it be a teacher! See, it is plated with gold and silver, and there is no breath at all inside it.
Darby English Bible (DBY) Woe unto him that saith to the wood, Awake! to the dumb stone, Arise! Shall it teach? Behold it is overlaid with gold and silver, and there is no breath at all in the midst of it.
World English Bible (WEB) Woe to him who says to the wood, 'Awake!' or to the mute stone, 'Arise!' Shall this teach? Behold, it is overlaid with gold and silver, and there is no breath at all in the midst of it.
Young's Literal Translation (YLT) Wo `to' him who is saying to wood, `Awake,' `Stir up,' to a dumb stone, It a teacher! lo, it is overlaid -- gold and silver, And there is no spirit in its midst.
Cross Reference 1 Kings 18:26 in Oriya 26 ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।
Psalm 97:7 in Oriya 7 ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।
Psalm 135:17 in Oriya 17 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।
Isaiah 40:19 in Oriya 19 ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ୱର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ଡନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ।
Isaiah 44:17 in Oriya 17 ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”
Isaiah 46:6 in Oriya 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
Jeremiah 10:4 in Oriya 4 ସେମାନେ ରୂପା ଓ ସୁନାରେ ତାହା ମଣ୍ଡନ କରନ୍ତି; ପୁଣି, ତାହା ଯେପରି ଟଳ ଟଳ ହେବ ନାହିଁ, ଏଥିପାଇଁ ହାତୁଡ଼ି ଦ୍ୱାରା କଣ୍ଟା ମାରି ତାହା ଦୃଢ଼ କରନ୍ତି।
Jeremiah 10:9 in Oriya 9 ତର୍ଶୀଶ୍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତ ନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ।
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Jeremiah 51:47 in Oriya 47 ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି।
Daniel 3:1 in Oriya 1 ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା।
Daniel 3:7 in Oriya 7 ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।
Daniel 3:18 in Oriya 18 ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ-ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।
Daniel 3:29 in Oriya 29 ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟା ଯିବେ ଓ ସେମାନଙ୍କର ଗୃହ ଖତ-ରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।
Daniel 5:23 in Oriya 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Jonah 1:5 in Oriya 5 ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇ ଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।
Acts 17:29 in Oriya 29 ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଇଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।
Revelation 17:4 in Oriya 4 ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;