Habakkuk 2:8 in Oriya 8 ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ।
Other Translations King James Version (KJV) Because thou hast spoiled many nations, all the remnant of the people shall spoil thee; because of men's blood, and for the violence of the land, of the city, and of all that dwell therein.
American Standard Version (ASV) Because thou hast plundered many nations, all the remnant of the peoples shall plunder thee, because of men's blood, and for the violence done to the land, to the city and to all that dwell therein.
Bible in Basic English (BBE) Because you have taken their goods from great nations, all the rest of the peoples will take your goods from you; because of men's blood and violent acts against the land and the town and all who are living in it.
Darby English Bible (DBY) Because thou hast plundered many nations, all the rest of the peoples shall plunder thee; because of men's blood, and for the violence [done] to the land, to the city, and all that dwell therein.
World English Bible (WEB) Because you have plundered many nations, all the remnant of the peoples will plunder you, because of men's blood, and for the violence done to the land, to the city and to all who dwell in it.
Young's Literal Translation (YLT) Because thou hast spoiled many nations, Spoil thee do all the remnant of the peoples, Because of man's blood, and of violence `to' the land, `To' the city, and `to' all dwelling in it.
Cross Reference Psalm 137:8 in Oriya 8 ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।
Isaiah 33:1 in Oriya 1 ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
Isaiah 33:4 in Oriya 4 ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।
Isaiah 47:6 in Oriya 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
Jeremiah 27:7 in Oriya 7 ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
Jeremiah 30:16 in Oriya 16 ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।
Jeremiah 50:10 in Oriya 10 ପୁଣି, କଲ୍ଦୀୟା ଲୁଟିତ ଦ୍ରବ୍ୟ ହେବ,” ସଦାପ୍ରଭୁ କହନ୍ତି, “ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।
Jeremiah 50:17 in Oriya 17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।
Jeremiah 50:28 in Oriya 28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।
Jeremiah 50:33 in Oriya 33 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି;
Jeremiah 50:37 in Oriya 37 ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକ ସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।
Jeremiah 51:8 in Oriya 8 ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।
Jeremiah 51:13 in Oriya 13 ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।
Jeremiah 51:24 in Oriya 24 ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା,” ଏହା ସଦାପ୍ରଭୁ କହନ୍ତି।
Jeremiah 51:34 in Oriya 34 ‘ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି।'
Jeremiah 51:44 in Oriya 44 ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।
Jeremiah 51:48 in Oriya 48 ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, “ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।”
Jeremiah 51:55 in Oriya 55 କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷାନ୍ତ କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ସେମାନଙ୍କର କଲ୍ଲୋଳ ଧ୍ୱନି ଶୁଣା ଯାଉଅଛି।
Micah 4:11 in Oriya 11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।
Habakkuk 2:10 in Oriya 10 ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।
Habakkuk 2:17 in Oriya 17 କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ।
Zechariah 1:15 in Oriya 15 ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।
Zechariah 2:8 in Oriya 8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି “ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।”
Zechariah 12:2 in Oriya 2 ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।
Zechariah 14:12 in Oriya 12 ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ।
Revelation 6:10 in Oriya 10 ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ ?
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।