Habakkuk 3:10 in Oriya 10 ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।
Other Translations King James Version (KJV) The mountains saw thee, and they trembled: the overflowing of the water passed by: the deep uttered his voice, and lifted up his hands on high.
American Standard Version (ASV) The mountains saw thee, and were afraid; The tempest of waters passed by; The deep uttered its voice, And lifted up its hands on high.
Bible in Basic English (BBE) The mountains saw you and were moved with fear; the clouds were streaming with water: the voice of the deep was sounding; the sun did not come up, and the moon kept still in her place.
Darby English Bible (DBY) The mountains saw thee, they were in travail: Torrents of waters passed by; The deep uttered its voice, Lifted up its hands on high.
World English Bible (WEB) The mountains saw you, and were afraid. The tempest of waters passed by. The deep roared and lifted up its hands on high.
Young's Literal Translation (YLT) Seen thee -- pained are mountains, An inundation of waters hath passed over, Given forth hath the deep its voice, High its hands it hath lifted up.
Cross Reference Exodus 14:22 in Oriya 22 ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
Exodus 19:16 in Oriya 16 ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।
Joshua 3:15 in Oriya 15 ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ- ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବାମାତ୍ର,
Joshua 4:18 in Oriya 18 ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କଭୂମିକି ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ୱ ସ୍ୱ ସ୍ଥାନକୁ ଫେରି ଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା।
Joshua 4:23 in Oriya 23 କାରଣ ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସମୁଦ୍ର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;
Judges 5:4 in Oriya 4 ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।
Nehemiah 9:11 in Oriya 11 ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।
Psalm 18:15 in Oriya 15 ସେତେବେଳେ, ହେ ସଦାପ୍ରଭୁ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।
Psalm 65:13 in Oriya 13 ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି।
Psalm 66:6 in Oriya 6 ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।
Psalm 68:7 in Oriya 7 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, ସେଲା
Psalm 74:13 in Oriya 13 ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
Psalm 77:16 in Oriya 16 ହେ ପରମେଶ୍ୱର, ଜଳରାଶି ତୁମ୍ଭଙ୍କୁ ଦେଖିଲା, ଜଳରାଶି ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।
Psalm 93:3 in Oriya 3 ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
Psalm 96:11 in Oriya 11 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
Psalm 97:4 in Oriya 4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।
Psalm 98:7 in Oriya 7 ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
Psalm 114:3 in Oriya 3 ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା।
Psalm 136:13 in Oriya 13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Isaiah 11:15 in Oriya 15 ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ।
Isaiah 43:20 in Oriya 20 କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟ ପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ;
Isaiah 55:12 in Oriya 12 ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।
Isaiah 63:11 in Oriya 11 ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
Isaiah 64:1 in Oriya 1 ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
Jeremiah 4:24 in Oriya 24 ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।
Micah 1:4 in Oriya 4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
Nahum 1:5 in Oriya 5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା'ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
Habakkuk 3:6 in Oriya 6 ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।
Matthew 27:51 in Oriya 51 ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
Hebrews 11:29 in Oriya 29 ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ।
Revelation 6:14 in Oriya 14 ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ।
Revelation 16:12 in Oriya 12 ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା।
Revelation 20:11 in Oriya 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।