Habakkuk 3:2 in Oriya 2 ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।
Other Translations King James Version (KJV) O LORD, I have heard thy speech, and was afraid: O LORD, revive thy work in the midst of the years, in the midst of the years make known; in wrath remember mercy.
American Standard Version (ASV) O Jehovah, I have heard the report of thee, and am afraid: O Jehovah, revive thy work in the midst of the years; In the midst of the years make it known; In wrath remember mercy.
Bible in Basic English (BBE) O Lord, word of you has come to my ears; I have seen your work, O Lord; when the years come near make it clear; in wrath keep mercy in mind.
Darby English Bible (DBY) Jehovah, I heard the report of thee, [and] I feared. Jehovah, revive thy work in the midst of the years, In the midst of the years make [it] known: In wrath remember mercy!
World English Bible (WEB) Yahweh, I have heard of your fame. I stand in awe of your deeds, Yahweh. Renew your work in the midst of the years. In the midst of the years make it known. In wrath, you remember mercy.
Young's Literal Translation (YLT) O Jehovah, I heard thy report, I have been afraid, O Jehovah, Thy work! in midst of years revive it, In the midst of years Thou makest known In anger Thou dost remember mercy.
Cross Reference Exodus 9:20 in Oriya 20 ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।
Exodus 32:10 in Oriya 10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।
Numbers 14:10 in Oriya 10 ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।
Numbers 16:46 in Oriya 46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”
2 Samuel 24:10 in Oriya 10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୁ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”
2 Chronicles 34:27 in Oriya 27 ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
Ezra 9:8 in Oriya 8 ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।
Job 4:12 in Oriya 12 କଥା ଗୋଟିଏ ଗୁପ୍ତରେ ମୋ' କତିରେ ପହଞ୍ଚିଲା ଓ ମୋ' କର୍ଣ୍ଣ ତହିଁର ଈଷତ୍ ଶବ୍ଦ ପାଇଲା।
Psalm 6:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
Psalm 38:1 in Oriya 1 ଦାଉଦଙ୍କର ଗୀତ, ସ୍ମରଣୋପାୟ। ହେ ସଦାପ୍ରଭୁ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।
Psalm 44:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହସନ୍ତାନଗଣର ଗୀତ। ମସ୍କିଲ୍। ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
Psalm 78:38 in Oriya 38 ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
Psalm 85:6 in Oriya 6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ ?
Psalm 90:13 in Oriya 13 ହେ ସଦାପ୍ରଭୁ, ଫେର; କେତେ କାଳ ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।
Psalm 119:120 in Oriya 120 ତୁମ୍ଭ ଭୟ ସକାଶୁ ମୋ' ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।
Psalm 138:7 in Oriya 7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋ' ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Isaiah 53:1 in Oriya 1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
Isaiah 54:8 in Oriya 8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା,” ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।
Isaiah 63:15 in Oriya 15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ' ପ୍ରତି ନିବୃତ୍ତ ହୋଇଅଛି।
Isaiah 66:2 in Oriya 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Jeremiah 10:24 in Oriya 24 ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ।
Jeremiah 25:11 in Oriya 11 ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।”
Jeremiah 29:10 in Oriya 10 ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।”
Jeremiah 36:21 in Oriya 21 ତହୁଁ ରାଜା ପୁସ୍ତକ ଆଣିବା ପାଇଁ ଯିହୁଦିକୁ ପଠାନ୍ତେ, ସେ ଇଲୀଶାମା ଲେଖକର କୋଠରୀରୁ ତାହା ଆଣିଲା। ପୁଣି, ଯିହୁଦି ରାଜାଙ୍କ କର୍ଣ୍ଣଗୋଚରରେ ଓ ତାହାଙ୍କ ଛାମୁରେ ଠିଆ ହୋଇଥିବା ସମସ୍ତ ଅଧିପତିଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା।
Jeremiah 52:31 in Oriya 31 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋ-ଦକ୍ ଆପଣା ଅଧିକାରର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
Lamentations 3:32 in Oriya 32 କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।
Daniel 8:17 in Oriya 17 ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, ହେ ମନୁଷ୍ୟ ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।
Daniel 9:2 in Oriya 2 ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି।
Hosea 6:2 in Oriya 2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
Habakkuk 1:5 in Oriya 5 ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।
Habakkuk 3:16 in Oriya 16 ମୁଁ ଶୁଣିଲି ଓ ମୋ' ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ' ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
Zechariah 1:12 in Oriya 12 ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, “ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ ?”
John 10:10 in Oriya 10 ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥି ନିମନ୍ତେ ମୁଁ ଆସିଅଛି।
Romans 10:16 in Oriya 16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ?'
Philippians 1:6 in Oriya 6 କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
Hebrews 11:7 in Oriya 7 ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।
Hebrews 12:21 in Oriya 21 ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି।
Revelation 15:4 in Oriya 4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।