Habakkuk 3:6 in Oriya 6 ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।
Other Translations King James Version (KJV) He stood, and measured the earth: he beheld, and drove asunder the nations; and the everlasting mountains were scattered, the perpetual hills did bow: his ways are everlasting.
American Standard Version (ASV) He stood, and measured the earth; He beheld, and drove asunder the nations; And the eternal mountains were scattered; The everlasting hills did bow; His goings were `as' of old.
Bible in Basic English (BBE) From his high place he sent shaking on the earth; he saw and nations were suddenly moved: and the eternal mountains were broken, the unchanging hills were bent down; his ways are eternal.
Darby English Bible (DBY) He stood, and measured the earth; He beheld, and discomfited the nations; And the eternal mountains were scattered, The everlasting hills gave way: His ways are everlasting.
World English Bible (WEB) He stood, and shook the earth. He looked, and made the nations tremble. The ancient mountains were crumbled. The age-old hills collapsed. His ways are eternal.
Young's Literal Translation (YLT) He hath stood, and He measureth earth, He hath seen, and He shaketh off nations, And scatter themselves do mountains of antiquity, Bowed have the hills of old, The ways of old `are' His.
Cross Reference Genesis 49:26 in Oriya 26 ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାଙ୍କର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ।
Exodus 15:17 in Oriya 17 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।
Exodus 21:31 in Oriya 31 ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ଡିତ ହେବ।
Numbers 34:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Deuteronomy 32:8 in Oriya 8 ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ୍ କଲେ, ସେତେବେଳେ ଇସ୍ରାଏଲ ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।
Deuteronomy 33:15 in Oriya 15 ପୁରାତନ ପର୍ବତମାନର ଉତ୍ତମ ଦ୍ରବ୍ୟରେ ଓ ନିତ୍ୟସ୍ଥାୟୀ ଗିରିଗଣର ଉତ୍ତମ ଦ୍ରବ୍ୟରେ,
Joshua 10:42 in Oriya 42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Joshua 11:18 in Oriya 18 ଯିହୋଶୂୟ ସେହି ରାଜାମାନଙ୍କ ସଙ୍ଗେ ଅନେକ ଦିନ ଯୁଦ୍ଧ କଲେ।
Judges 5:5 in Oriya 5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ୍ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ୍ ହେଲା)
Nehemiah 9:22 in Oriya 22 ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ୍ ଦେଶ, ଅର୍ଥାତ୍, ହିଷ୍ବୋନ୍ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।
Psalm 68:16 in Oriya 16 ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।
Psalm 90:2 in Oriya 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
Psalm 103:17 in Oriya 17 ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
Psalm 114:4 in Oriya 4 ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।
Psalm 135:8 in Oriya 8 ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ।
Isaiah 51:6 in Oriya 6 ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଉର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହି ରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।
Isaiah 51:8 in Oriya 8 କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”
Isaiah 64:1 in Oriya 1 ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
Micah 5:8 in Oriya 8 ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।
Nahum 1:5 in Oriya 5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା'ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
Habakkuk 3:10 in Oriya 10 ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।
Zechariah 14:4 in Oriya 4 ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ୍ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।
Matthew 24:35 in Oriya 35 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।
Luke 1:50 in Oriya 50 ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।
Acts 17:26 in Oriya 26 ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,
Hebrews 13:8 in Oriya 8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।