Haggai 2:22 in Oriya 22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ଼୍ଗ ଦ୍ୱାରା ପତିତ ହେବେ।
Other Translations King James Version (KJV) And I will overthrow the throne of kingdoms, and I will destroy the strength of the kingdoms of the heathen; and I will overthrow the chariots, and those that ride in them; and the horses and their riders shall come down, every one by the sword of his brother.
American Standard Version (ASV) and I will overthrow the throne of kingdoms; and I will destroy the strength of the kingdoms of the nations; and I will overthrow the chariots, and those that ride in them; and the horses and their riders shall come down, every one by the sword of his brother.
Bible in Basic English (BBE) Overturning the power of kingdoms; and I will send destruction on the strength of the kingdoms of the nations; by me war-carriages will be overturned with those who are in them; and the horses and the horsemen will come down, everyone by the sword of his brother.
Darby English Bible (DBY) and I will overthrow the throne of kingdoms, and I will destroy the strength of the kingdoms of the nations; and I will overthrow the chariots, and those that ride therein; and the horses and their riders shall come down, every one by the sword of his brother.
World English Bible (WEB) I will overthrow the throne of kingdoms. I will destroy the strength of the kingdoms of the nations. I will overthrow the chariots, and those who ride in them. The horses and their riders will come down, everyone by the sword of his brother.
Young's Literal Translation (YLT) And have overturned the throne of kingdoms, And I have destroyed the strength of kingdoms of the nations, And overturned chariot and its charioteers, And come down have horses and their riders, Each by the sword of his brother.
Cross Reference Exodus 14:17 in Oriya 17 ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
Exodus 14:28 in Oriya 28 ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁ ସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।
Exodus 15:4 in Oriya 4 ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଚ୍ଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।
Exodus 15:19 in Oriya 19 କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ-ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।
Judges 7:22 in Oriya 22 ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବୈଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।
1 Samuel 14:16 in Oriya 16 ସେତେବେଳେ ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗି ଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।
2 Chronicles 20:22 in Oriya 22 ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ।
Psalm 46:9 in Oriya 9 ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।
Psalm 76:6 in Oriya 6 ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।
Isaiah 9:19 in Oriya 19 ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।
Isaiah 19:2 in Oriya 2 ପୁଣି, “ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।
Isaiah 60:12 in Oriya 12 କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।
Ezekiel 21:27 in Oriya 27 ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
Ezekiel 39:20 in Oriya 20 ଆଉ, ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ୱ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Daniel 2:34 in Oriya 34 ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Daniel 7:25 in Oriya 25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
Daniel 8:25 in Oriya 25 ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।
Micah 5:8 in Oriya 8 ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।
Micah 5:10 in Oriya 10 ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;
Micah 5:15 in Oriya 15 ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା।
Zephaniah 3:8 in Oriya 8 ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
Zechariah 4:6 in Oriya 6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
Zechariah 9:10 in Oriya 10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।
Zechariah 10:11 in Oriya 11 ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗସମୂହକୁ ପ୍ରହାର କରିବେ ଓ ନୀଳନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।
Zechariah 12:2 in Oriya 2 ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।
Zechariah 14:3 in Oriya 3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।
Matthew 24:7 in Oriya 7 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।