Haggai 2:7 in Oriya 7 ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Other Translations King James Version (KJV) And I will shake all nations, and the desire of all nations shall come: and I will fill this house with glory, saith the LORD of hosts.
American Standard Version (ASV) and I will shake all nations; and the precious things of all nations shall come; and I will fill this house with glory, saith Jehovah of hosts.
Bible in Basic English (BBE) And I will make a shaking of all the nations, and the desired things of all nations will come: and I will make this house full of my glory, says the Lord of armies.
Darby English Bible (DBY) and I will shake all nations, and the desire of all nations shall come; and I will fill this house with glory, saith Jehovah of hosts.
World English Bible (WEB) and I will shake all nations. The precious things of all nations will come, and I will fill this house with glory, says Yahweh of Hosts.
Young's Literal Translation (YLT) And I have shaken all the nations, And they have come `to' the desire of all the nations, And I have filled this house `with' honour, Said Jehovah of Hosts.
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Genesis 22:18 in Oriya 18 ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Exodus 40:34 in Oriya 34 ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।
1 Kings 8:11 in Oriya 11 ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା।
2 Chronicles 5:14 in Oriya 14 ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା।
Psalm 80:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍- ଏଦୂତ୍ ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
Isaiah 60:7 in Oriya 7 କେଦରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା।
Ezekiel 21:27 in Oriya 27 ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Daniel 7:20 in Oriya 20 ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।
Joel 3:9 in Oriya 9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Luke 2:10 in Oriya 10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
Luke 2:27 in Oriya 27 ସେ ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
Luke 2:46 in Oriya 46 ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,
Luke 19:47 in Oriya 47 ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,
Luke 20:1 in Oriya 1 ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,
Luke 21:10 in Oriya 10 ତାପରେ ସେ ସେମାନଙ୍କୁ କହିଲେ, ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,
Luke 21:38 in Oriya 38 ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 2:13 in Oriya 13 ସେତେବେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ।
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
John 10:23 in Oriya 23 ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।
Romans 15:9 in Oriya 9 ପୁଣି, ଯେପରି ଅଣଯିହୂଦୀମାନେ ଇଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”
Galatians 3:8 in Oriya 8 ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”
Colossians 2:9 in Oriya 9 କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ୱରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,