Hebrews 10:25 in Oriya 25 ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ ଦେଉ, ବିଶେଷତଃ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।
Other Translations King James Version (KJV) Not forsaking the assembling of ourselves together, as the manner of some is; but exhorting one another: and so much the more, as ye see the day approaching.
American Standard Version (ASV) not forsaking our own assembling together, as the custom of some is, but exhorting `one another'; and so much the more, as ye see the day drawing nigh.
Bible in Basic English (BBE) Not giving up our meetings, as is the way of some, but keeping one another strong in faith; and all the more because you see the day coming near.
Darby English Bible (DBY) not forsaking the assembling of ourselves together, as the custom [is] with some; but encouraging [one another], and by so much the more as ye see the day drawing near.
World English Bible (WEB) not forsaking our own assembling together, as the custom of some is, but exhorting one another; and so much the more, as you see the Day approaching.
Young's Literal Translation (YLT) not forsaking the assembling of ourselves together, as a custom of certain `is', but exhorting, and so much the more as ye see the day coming nigh.
Cross Reference Matthew 18:20 in Oriya 20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।
Matthew 24:33 in Oriya 33 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ।
Mark 13:29 in Oriya 29 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ।
John 20:19 in Oriya 19 ସେହି ଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
Acts 1:13 in Oriya 13 ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ‘ଉଦ୍ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।
Acts 2:1 in Oriya 1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।
Acts 2:42 in Oriya 42 ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।
Acts 16:16 in Oriya 16 ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ମନ୍ଦ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା।
Acts 20:7 in Oriya 7 ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲେ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।
Romans 12:8 in Oriya 8 ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।
Romans 13:11 in Oriya 11 ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହି ସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।
1 Corinthians 3:13 in Oriya 13 ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।
1 Corinthians 5:4 in Oriya 4 ଅର୍ଥାତ୍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,
1 Corinthians 11:17 in Oriya 17 କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି।
1 Corinthians 11:20 in Oriya 20 ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ;
1 Corinthians 14:3 in Oriya 3 କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ।
1 Corinthians 14:23 in Oriya 23 ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କ'ଣ ସେମାନେ କହିବେ ନାହିଁ ?
Philippians 4:5 in Oriya 5 ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।
1 Thessalonians 4:18 in Oriya 18 ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।
1 Thessalonians 5:11 in Oriya 11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
Hebrews 3:13 in Oriya 13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
Hebrews 10:24 in Oriya 24 ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,
James 5:8 in Oriya 8 ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।
1 Peter 4:7 in Oriya 7 ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
2 Peter 3:9 in Oriya 9 ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।
2 Peter 3:11 in Oriya 11 ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଇଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,
2 Peter 3:14 in Oriya 14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;
Jude 1:19 in Oriya 19 ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଇଶ୍ବରଙ୍କ ଆତ୍ମାବିହୀନ।