Hebrews 10:29 in Oriya 29 ତେବେ ଭାବି ଦେଖ, ଯେ ଇଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ !
Other Translations King James Version (KJV) Of how much sorer punishment, suppose ye, shall he be thought worthy, who hath trodden under foot the Son of God, and hath counted the blood of the covenant, wherewith he was sanctified, an unholy thing, and hath done despite unto the Spirit of grace?
American Standard Version (ASV) of how much sorer punishment, think ye, shall he be judged worthy, who hath trodden under foot the Son of God, and hath counted the blood of the covenant wherewith he was sanctified an unholy thing, and hath done despite unto the Spirit of grace?
Bible in Basic English (BBE) But will not the man by whom the Son of God has been crushed under foot, and the blood of the agreement with which he was washed clean has been taken as an unholy thing, and who has had no respect for the Spirit of grace, be judged bad enough for a very much worse punishment?
Darby English Bible (DBY) of how much worse punishment, think ye, shall he be judged worthy who has trodden under foot the Son of God, and esteemed the blood of the covenant, whereby he has been sanctified, common, and has insulted the Spirit of grace?
World English Bible (WEB) How much worse punishment, do you think, will he be judged worthy of, who has trodden under foot the Son of God, and has counted the blood of the covenant with which he was sanctified an unholy thing, and has insulted the Spirit of grace?
Young's Literal Translation (YLT) of how much sorer punishment shall he be counted worthy who the Son of God did trample on, and the blood of the covenant did count a common thing, in which he was sanctified, and to the Spirit of the grace did despite?
Cross Reference 2 Kings 9:33 in Oriya 33 ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।
Psalm 91:13 in Oriya 13 ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବାସିଂହ ଓ ସର୍ପକୁ ପାଦ ତଳେ ଦଳିବ।
Psalm 143:10 in Oriya 10 ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
Isaiah 14:19 in Oriya 19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ଼୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।
Isaiah 28:3 in Oriya 3 ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;
Isaiah 63:10 in Oriya 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Jeremiah 1:5 in Oriya 5 “ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”
Lamentations 1:15 in Oriya 15 ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନ କରିଅଛନ୍ତି; ସେ ମୋ' ଯୁବକଗଣକୁ ଦଳି ପକାଇବା ପାଇଁ ମୋ' ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।
Ezekiel 16:6 in Oriya 6 ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।
Micah 7:10 in Oriya 10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
Zechariah 12:10 in Oriya 10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
Matthew 7:6 in Oriya 6 ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହି ସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି।
Matthew 12:31 in Oriya 31 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ।
Matthew 26:28 in Oriya 28 ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
Luke 12:10 in Oriya 10 ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ।
John 10:36 in Oriya 36 ତାହାହେଲେ ଯାହାଙ୍କୁ ଈଶ୍ୱର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କ'ଣ ତୁମ୍ଭେମାନେ, ମୁଁ ଇଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ୱର ନିନ୍ଦା କରୁଅଛୁ ବୋଲି କହୁଅଛ ?
John 17:19 in Oriya 19 ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Romans 16:20 in Oriya 20 ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
1 Corinthians 11:27 in Oriya 27 ଅତଏବ, ଯେ କେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୁଟି ଭୋଜନ କରେ କିମ୍ବା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ।
1 Corinthians 11:29 in Oriya 29 କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ।
1 Corinthians 15:25 in Oriya 25 କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।
1 Corinthians 15:27 in Oriya 27 କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି।
Ephesians 4:30 in Oriya 30 ଆଉ ଇଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ।
Hebrews 2:3 in Oriya 3 ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା ? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
Hebrews 2:11 in Oriya 11 ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,
Hebrews 6:4 in Oriya 4 କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ ହୋଇଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,
Hebrews 6:6 in Oriya 6 ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଇଶ୍ବରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି।
Hebrews 9:13 in Oriya 13 କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ,
Hebrews 9:20 in Oriya 20 ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଦେଶ କରିଅଛନ୍ତି, ସେହି ନିୟମର ରକ୍ତ ଏହି।
Hebrews 12:25 in Oriya 25 ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !
Hebrews 13:20 in Oriya 20 ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;