Hebrews 10:34 in Oriya 34 କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।
Other Translations King James Version (KJV) For ye had compassion of me in my bonds, and took joyfully the spoiling of your goods, knowing in yourselves that ye have in heaven a better and an enduring substance.
American Standard Version (ASV) For ye both had compassion on them that were in bonds, and took joyfully the spoiling of you possessions, knowing that ye have for yourselves a better possession and an abiding one.
Bible in Basic English (BBE) For you had pity on those who were in prison, and had joy in the loss of your property, in the knowledge that you still had a better property and one which you would keep for ever.
Darby English Bible (DBY) For ye both sympathised with prisoners and accepted with joy the plunder of your goods, knowing that ye have for yourselves a better substance, and an abiding one.
World English Bible (WEB) For you both had compassion on me in my chains, and joyfully accepted the plundering of your possessions, knowing that you have for yourselves a better possession and an enduring one in the heavens.
Young's Literal Translation (YLT) for also with my bonds ye sympathised, and the robbery of your goods with joy ye did receive, knowing that ye have in yourselves a better substance in the heavens, and an enduring one.
Cross Reference Matthew 5:11 in Oriya 11 ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
Matthew 6:19 in Oriya 19 ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;
Matthew 19:21 in Oriya 21 ଯୀଶୁ ତାହାଙ୍କୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।
Luke 10:42 in Oriya 42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରିୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।
Luke 12:33 in Oriya 33 ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
Acts 5:41 in Oriya 41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Acts 21:33 in Oriya 33 ସେତେବେଳେ ସହସ୍ର ସେନାପତି ପାଖକୁ ଆସି ତାଙ୍କୁ ଧରି ଦୁଇଟା ଶିକୁଳିରେ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି, ସେ କିଏ ଓ କ'ଣ କରିଅଛି ବୋଲି ପଚାରିଲେ।
Acts 28:20 in Oriya 20 ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।
2 Corinthians 5:1 in Oriya 1 କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ।
Ephesians 3:1 in Oriya 1 ଏଥି ନିମନ୍ତେ ମୁଁ ପାଉଲ, ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ
Ephesians 4:1 in Oriya 1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,
Ephesians 6:20 in Oriya 20 ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।
Philippians 1:7 in Oriya 7 ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।
Colossians 1:5 in Oriya 5 ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।
Colossians 3:2 in Oriya 2 ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।
1 Timothy 6:19 in Oriya 19 ଏହି ପ୍ରକାର କଲେ ସେମାନେ ଭାବି ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।
2 Timothy 1:16 in Oriya 16 ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା କରିଅଛନ୍ତି, ପୁଣି, ମୋର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାଁନ୍ତି,
2 Timothy 2:9 in Oriya 9 ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଇଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।
2 Timothy 4:8 in Oriya 8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
Hebrews 11:16 in Oriya 16 କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ୱର ସେମାନଙ୍କ ଈଶ୍ୱର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।
Hebrews 13:3 in Oriya 3 ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।
James 1:2 in Oriya 2 ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
1 Peter 1:4 in Oriya 4 ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।
1 John 3:2 in Oriya 2 ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।