Hebrews 11:13 in Oriya 13 ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।
Other Translations King James Version (KJV) These all died in faith, not having received the promises, but having seen them afar off, and were persuaded of them, and embraced them, and confessed that they were strangers and pilgrims on the earth.
American Standard Version (ASV) These all died in faith, not having received the promises, but having seen them and greeted them from afar, and having confessed that they were strangers and pilgrims on the earth.
Bible in Basic English (BBE) All these came to their end in faith, not having had the heritage; but having seen it with delight far away, they gave witness that they were wanderers and not of the earth.
Darby English Bible (DBY) All these died in faith, not having received the promises, but having seen them from afar off and embraced [them], and confessed that they were strangers and sojourners on the earth.
World English Bible (WEB) These all died in faith, not having received the promises, but having seen{TR adds "and being convinced of"} them and embraced them from afar, and having confessed that they were strangers and pilgrims on the earth.
Young's Literal Translation (YLT) In faith died all these, not having received the promises, but from afar having seen them, and having been persuaded, and having saluted `them', and having confessed that strangers and sojourners they are upon the earth,
Cross Reference Genesis 23:4 in Oriya 4 “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋ' ଦୃଷ୍ଟିର ଅଗୋଚରରେ ମୋ' ମୃତକୁ କବର ଦେବି।”
Genesis 25:8 in Oriya 8 ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।
Genesis 27:2 in Oriya 2 ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁଦିନ ମୋହର ମୃତ୍ୟୁୁ ହେବ, ତାହା ମୁଁ ଜାଣେ ନାହିଁ।”
Genesis 47:9 in Oriya 9 ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋ' ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”
Genesis 48:21 in Oriya 21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।”
Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Genesis 49:18 in Oriya 18 ହେ ସଦାପ୍ରଭୁ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।
Genesis 49:28 in Oriya 28 ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ।
Genesis 49:33 in Oriya 33 ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।
Genesis 50:24 in Oriya 24 ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ।”
Numbers 24:17 in Oriya 17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ କଳହର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
1 Chronicles 29:14 in Oriya 14 ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।
Job 19:25 in Oriya 25 ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
Psalm 39:12 in Oriya 12 ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ' ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ' ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପିତୃଲୋକଙ୍କ ତୁଲ୍ୟ ପ୍ରବାସୀ।
Psalm 119:19 in Oriya 19 ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋ'ଠାରୁ ଲୁଚାଅ ନାହିଁ।
Matthew 13:17 in Oriya 17 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହି ସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।
John 8:56 in Oriya 56 ତୁମ୍ଭମାନଙ୍କର ପିତା ଅବ୍ରାହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ।
John 12:41 in Oriya 41 ଯିଶାଇୟ ଏହି ସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ।
Romans 4:21 in Oriya 21 କିନ୍ତୁ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।
Romans 8:24 in Oriya 24 କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ ?
Ephesians 2:19 in Oriya 19 ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଇଶ୍ବରଙ୍କ ପରିବାରଭୁକ୍ତ ଅଟ;
Hebrews 11:27 in Oriya 27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ।
Hebrews 11:39 in Oriya 39 ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ,
1 Peter 1:10 in Oriya 10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।
1 Peter 1:17 in Oriya 17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
1 Peter 2:11 in Oriya 11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
1 John 3:19 in Oriya 19 ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,