Hebrews 11:16 in Oriya 16 କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ୱର ସେମାନଙ୍କ ଈଶ୍ୱର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।
Other Translations King James Version (KJV) But now they desire a better country, that is, an heavenly: wherefore God is not ashamed to be called their God: for he hath prepared for them a city.
American Standard Version (ASV) But now they desire a better `country', that is, a heavenly: wherefore God is not ashamed of them, to be called their God; for he hath prepared for them a city.
Bible in Basic English (BBE) But now their desire is for a better country, that is to say, for one in heaven; and so it is no shame to God to be named their God; for he has made ready a town for them.
Darby English Bible (DBY) but now they seek a better, that is, a heavenly; wherefore God is not ashamed of them, to be called their God; for he has prepared for them a city.
World English Bible (WEB) But now they desire a better country, that is, a heavenly one. Therefore God is not ashamed of them, to be called their God, for he has prepared a city for them.
Young's Literal Translation (YLT) but now they long for a better, that is, an heavenly, wherefore God is not ashamed of them, to be called their God, for He did prepare for them a city.
Cross Reference Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Genesis 26:24 in Oriya 24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”
Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Exodus 3:6 in Oriya 6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
Exodus 3:15 in Oriya 15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।
Exodus 4:5 in Oriya 5 ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।
Isaiah 41:8 in Oriya 8 ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
Jeremiah 31:1 in Oriya 1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
Matthew 22:31 in Oriya 31 ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ୱର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ ?
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Mark 8:38 in Oriya 38 ଯେଣୁ ଯେ କେହି ଏହି କାଳର ଅବିଶ୍ବସ୍ତ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।
Mark 12:26 in Oriya 26 ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ୱର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ?
Luke 12:32 in Oriya 32 ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ବର୍ଗସ୍ଥ ପିତାଙ୍କର ମହା ଆନନ୍ଦ।
Luke 20:37 in Oriya 37 ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ବୋଲି କହି ସୂଚନା ଦେଇଅଛନ୍ତି।
John 14:2 in Oriya 2 ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;
Acts 7:32 in Oriya 32 ଆମ୍ଭେ ତୁମ୍ଭ ପିତୃପୁରୁଷମାନଙ୍କ ଈଶ୍ୱର, ଅବ୍ରହାମ, ଇସ୍ହାକ ଓ ଯାକୁବର ଈଶ୍ୱର। ସେଥିରେ ମୋଶା କମ୍ପି ଉଠି, ଭଲରୂପେ ଦେଖିବାକୁ ସାହାସ କଲେ ନାହିଁ।
Philippians 3:20 in Oriya 20 ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;
2 Timothy 4:18 in Oriya 18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍।
Hebrews 2:11 in Oriya 11 ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,
Hebrews 11:10 in Oriya 10 କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି, ଯାହାର ଶିଳ୍ପୀ ଓ ନିର୍ମାତା ସ୍ୱୟଂ ଈଶ୍ୱର, ସେ ତହିଁର ଅପେକ୍ଷାରେ ଥିଲେ।
Hebrews 11:14 in Oriya 14 କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି।
Hebrews 12:22 in Oriya 22 କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଇଶ୍ବରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
Hebrews 13:14 in Oriya 14 କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭାବି ନଗରର ଅନ୍ୱେଷଣ କରୁଅଛୁ।