Hebrews 11:27 in Oriya 27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ।
Other Translations King James Version (KJV) By faith he forsook Egypt, not fearing the wrath of the king: for he endured, as seeing him who is invisible.
American Standard Version (ASV) By faith he forsook Egypt, not fearing the wrath of the king: for he endured, as seeing him who is invisible.
Bible in Basic English (BBE) By faith he went out of Egypt, not being turned from his purpose by fear of the wrath of the king; for he kept on his way, as seeing him who is unseen.
Darby English Bible (DBY) By faith he left Egypt, not fearing the wrath of the king; for he persevered, as seeing him who is invisible.
World English Bible (WEB) By faith, he left Egypt, not fearing the wrath of the king; for he endured, as seeing him who is invisible.
Young's Literal Translation (YLT) by faith he left Egypt behind, not having been afraid of the wrath of the king, for, as seeing the Invisible One -- he endured;
Cross Reference Exodus 2:14 in Oriya 14 ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି ?” ତୁମ୍ଭେ ଯେପରି ସେହି ମିସ୍ରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଛ ? ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”
Exodus 4:19 in Oriya 19 ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେସମସ୍ତେ ମରିଅଛନ୍ତି।”
Exodus 10:28 in Oriya 28 ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”
Exodus 11:8 in Oriya 8 ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋ' ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ; ତହିଁ ଉତ୍ତାରେ ମୁଁ ବାହାରି ଯିବି। ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରି ଗଲେ।
Exodus 12:11 in Oriya 11 ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭମାନେ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।
Exodus 12:37 in Oriya 37 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ।
Exodus 12:50 in Oriya 50 ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ।
Exodus 13:17 in Oriya 17 ଏଥିଉତ୍ତାରେ ଫାରୋ ଲୋକମାନଙ୍କୁ ଯିବାକୁ ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ୱର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ୱର କହିଲେ, “ଯେବେ ଲୋକମାନେ ଯୁଦ୍ଧ ଦେଖନ୍ତି ସେମାନେ ଆପଣା ଆପଣାର ମନକୁ ବଦଳାଇ ମିସରକୁ ଫେରିଯାଇ ପାରନ୍ତି।”
Exodus 14:10 in Oriya 10 ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍ ପଶ୍ଚାତ୍ ଆଗମନକାରୀ ମିସ୍ରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ-ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।
Psalm 16:8 in Oriya 8 ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
Matthew 10:22 in Oriya 22 ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
Matthew 24:13 in Oriya 13 ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
Mark 4:17 in Oriya 17 କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।
Mark 13:13 in Oriya 13 ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
Acts 2:25 in Oriya 25 ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
1 Corinthians 13:7 in Oriya 7 ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।
2 Corinthians 4:18 in Oriya 18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।
1 Timothy 1:17 in Oriya 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
1 Timothy 6:16 in Oriya 16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।
Hebrews 6:15 in Oriya 15 ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।
Hebrews 10:32 in Oriya 32 କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
Hebrews 11:1 in Oriya 1 ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।
Hebrews 11:13 in Oriya 13 ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।
Hebrews 12:2 in Oriya 2 ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଇଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
James 5:11 in Oriya 11 ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।
1 Peter 1:8 in Oriya 8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ