Hebrews 11:32 in Oriya 32 ଆଉ ଅଧିକ କ'ଣ କହିବି ? ଗିଦିୟୋନ, ବାରକ, ଶାମ୍ଶୋନ୍, ଯିପ୍ତହ, ଦାଉଦ, ଶାମୁଏଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ;
Other Translations King James Version (KJV) And what shall I more say? for the time would fail me to tell of Gedeon, and of Barak, and of Samson, and of Jephthae; of David also, and Samuel, and of the prophets:
American Standard Version (ASV) And what shall I more say? for the time will fail me if I tell of Gideon, Barak, Samson, Jephthah; of David and Samuel and the prophets:
Bible in Basic English (BBE) What more am I to say? For there would not be time to give the stories of Gideon, Barak, Samson, and Jephthah, of David and Samuel and the prophets:
Darby English Bible (DBY) And what more do I say? For the time would fail me telling of Gideon, and Barak, and Samson, and Jephthah, and David and Samuel, and of the prophets:
World English Bible (WEB) What more shall I say? For the time would fail me if I told of Gideon, Barak, Samson, Jephthah, David, Samuel, and the prophets;
Young's Literal Translation (YLT) And what shall I yet say? for the time will fail me recounting about Gideon, Barak also, and Samson, and Jephthah, David also, and Samuel, and the prophets,
Cross Reference Judges 4:1 in Oriya 1 ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।
Judges 6:11 in Oriya 11 ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶର ଅଧିକାରସ୍ଥ ଅଫ୍ରାରେ ଅଲୋନ୍ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।
Judges 11:1 in Oriya 1 ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହା ବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।
Judges 13:1 in Oriya 1 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ।
Judges 13:24 in Oriya 24 ଏଥି ଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍ଶୋନ୍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।
1 Samuel 1:20 in Oriya 20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।
1 Samuel 2:11 in Oriya 11 ଏଉତ୍ତାରେ ଇଲ୍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା।
1 Samuel 2:18 in Oriya 18 ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।
1 Samuel 3:1 in Oriya 1 ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।
1 Samuel 12:11 in Oriya 11 ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲକୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।
1 Samuel 16:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।
1 Samuel 16:13 in Oriya 13 ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।
1 Samuel 17:1 in Oriya 1 ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।
1 Samuel 28:3 in Oriya 3 ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।
Psalm 99:6 in Oriya 6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।
Jeremiah 15:1 in Oriya 1 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।
Matthew 5:12 in Oriya 12 ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
Luke 13:28 in Oriya 28 ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଇଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
Luke 16:31 in Oriya 31 କିନ୍ତୁ ସେ ତାହାକୁ କହିଲେ, ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।
John 21:25 in Oriya 25 ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହି ସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହି ସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।
Acts 2:29 in Oriya 29 ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି।
Acts 3:24 in Oriya 24 ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି
Acts 10:43 in Oriya 43 ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।
Acts 13:20 in Oriya 20 ଏଥିଉତ୍ତାରେ ଭାବବାଦୀ ଶାମୁଏଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
Acts 13:22 in Oriya 22 ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦକୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ।
Romans 3:5 in Oriya 5 କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଇଶ୍ବରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କ'ଣ କହିବା ? ଯେଉଁ ଈଶ୍ୱର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ ? ମୁଁ ମନୁଷ୍ୟ ଭାବରେ କହୁଅଛି।
Romans 4:1 in Oriya 1 ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷ ଅବ୍ରହାମ କ'ଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା ?
Romans 6:1 in Oriya 1 ତେବେ, ଆମ୍ଭେମାନେ କ'ଣ କରିବା ? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା ?
Romans 7:7 in Oriya 7 ତେବେ, ଆମ୍ଭେମାନେ କ'ଣ କହିବା ? ମୋଶାଙ୍କ ବ୍ୟବସ୍ଥା କ'ଣ ପାପ ? ତାହା କେବେ ହେଁ ନ ହେଉ। ବରଂ ପାପ କ'ଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।
James 5:10 in Oriya 10 ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।
1 Peter 1:10 in Oriya 10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।
2 Peter 1:21 in Oriya 21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।
2 Peter 3:2 in Oriya 2 ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥି ନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହି ସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି।