Hebrews 11:37 in Oriya 37 କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ଼୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ
Other Translations King James Version (KJV) They were stoned, they were sawn asunder, were tempted, were slain with the sword: they wandered about in sheepskins and goatskins; being destitute, afflicted, tormented;
American Standard Version (ASV) they were stoned, they were sawn asunder, they were tempted, they were slain with the sword: they went about in sheepskins, in goatskins; being destitute, afflicted, ill-treated
Bible in Basic English (BBE) They were stoned, they were cut up with knives, they were tested, they were put to death with the sword, they went about in sheepskins and in goatskins; being poor and in pain and cruelly attacked,
Darby English Bible (DBY) They were stoned, were sawn asunder, were tempted, died by the death of the sword; they went about in sheepskins, in goatskins, destitute, afflicted, evil treated,
World English Bible (WEB) They were stoned. They were sawn apart. They were tempted. They were slain with the sword. They went around in sheep skins and in goat skins; being destitute, afflicted, ill-treated
Young's Literal Translation (YLT) they were stoned, they were sawn asunder, they were tried; in the killing of the sword they died; they went about in sheepskins, in goatskins -- being destitute, afflicted, injuriously treated,
Cross Reference 1 Samuel 22:17 in Oriya 17 ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ। ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।
1 Kings 18:4 in Oriya 4 ପୁଣି, ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା )।
1 Kings 18:13 in Oriya 13 ଈଷେବଲ୍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍-ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କ'ଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ ?
1 Kings 19:1 in Oriya 1 ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ଼୍ଗରେ ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍କୁ ଜଣାଇଲେ।
1 Kings 19:10 in Oriya 10 ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋ' ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
1 Kings 19:14 in Oriya 14 ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
1 Kings 21:10 in Oriya 10 ଆଉ ତାହା ସମ୍ମୁଖରେ ପାପାଧମ-ସନ୍ତାନ ଦୁଇ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।
1 Kings 21:13 in Oriya 13 ଆଉ ପାପାଧମ-ସନ୍ତାନ ଦୁଇ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।
2 Kings 1:8 in Oriya 8 ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍ବୀୟ ଏଲୀୟ।”
2 Chronicles 24:21 in Oriya 21 ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।
Jeremiah 2:30 in Oriya 30 ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି।
Jeremiah 26:23 in Oriya 23 ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇ ଦେଲା।”
Lamentations 4:13 in Oriya 13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Matthew 3:4 in Oriya 4 ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।
Matthew 8:20 in Oriya 20 ସେଥିରେ ଯୀଶୁ ତାହାକୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।
Matthew 21:35 in Oriya 35 କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫପାଡ଼ି ମାରିପକାଇଲେ।
Matthew 23:35 in Oriya 35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
Luke 11:51 in Oriya 51 ସେ ସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ।
Luke 13:34 in Oriya 34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
John 10:31 in Oriya 31 ଯିହୂଦୀମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ।
Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Acts 7:58 in Oriya 58 ପୁଣି, ସେମାନେ ତାହାଙ୍କ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।
Acts 12:2 in Oriya 2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ଼୍ଗରେ ବଧ କଲେ।
Acts 14:19 in Oriya 19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।
1 Corinthians 4:9 in Oriya 9 କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ୱର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।
2 Corinthians 11:23 in Oriya 23 ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
2 Corinthians 12:10 in Oriya 10 ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
Hebrews 12:1 in Oriya 1 ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
James 5:10 in Oriya 10 ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।
Revelation 11:3 in Oriya 3 ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ (ଅଖାର ବସ୍ତ୍ର) ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।