Cross Reference Genesis 15:1 in Oriya 1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାର ସ୍ୱରୂପ।”
Numbers 14:11 in Oriya 11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ ?
Numbers 20:12 in Oriya 12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”
Ruth 2:12 in Oriya 12 ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”
1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
Job 21:14 in Oriya 14 ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।
Psalm 58:11 in Oriya 11 ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।
Psalm 73:28 in Oriya 28 ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି।
Psalm 78:22 in Oriya 22 କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।
Psalm 78:32 in Oriya 32 ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।
Psalm 105:3 in Oriya 3 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
Psalm 106:21 in Oriya 21 ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସମୁଦ୍ର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
Psalm 106:24 in Oriya 24 ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ।
Psalm 119:10 in Oriya 10 ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞାପଥରୁ ଭ୍ରମିବାକୁ ଦିଅ ନାହିଁ।
Proverbs 8:17 in Oriya 17 ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
Proverbs 11:18 in Oriya 18 ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।
Song of Solomon 3:1 in Oriya 1 ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।
Isaiah 7:9 in Oriya 9 ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।”
Isaiah 55:3 in Oriya 3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
Jeremiah 2:31 in Oriya 31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?
Jeremiah 29:13 in Oriya 13 ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।”
Matthew 5:12 in Oriya 12 ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
Matthew 6:1 in Oriya 1 ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।
Matthew 6:5 in Oriya 5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 6:16 in Oriya 16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 6:33 in Oriya 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
Matthew 10:41 in Oriya 41 ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ।
Mark 16:17 in Oriya 17 ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
Luke 6:35 in Oriya 35 ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଇଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
Luke 12:31 in Oriya 31 ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
John 3:18 in Oriya 18 ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଇଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।
John 8:24 in Oriya 24 ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।
John 14:6 in Oriya 6 ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
Romans 10:14 in Oriya 14 ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାଁନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାଁନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ ?
Galatians 5:6 in Oriya 6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।
Hebrews 3:12 in Oriya 12 ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।
Hebrews 3:18 in Oriya 18 ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ ?
Hebrews 4:2 in Oriya 2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।
Hebrews 4:6 in Oriya 6 ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର
Hebrews 7:19 in Oriya 19 (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଇଶ୍ବରଙ୍କ ନିକଟବର୍ତ୍ତୀ ହେଉ।
Hebrews 7:25 in Oriya 25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଇଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
Hebrews 11:26 in Oriya 26 ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ।
2 Peter 1:5 in Oriya 5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ,
2 Peter 1:10 in Oriya 10 ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ,
2 Peter 3:14 in Oriya 14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।