Hebrews 12:15 in Oriya 15 କାଳେ କେହି ଇଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
Other Translations King James Version (KJV) Looking diligently lest any man fail of the grace of God; lest any root of bitterness springing up trouble you, and thereby many be defiled;
American Standard Version (ASV) looking carefully lest `there be' any man that falleth short of the grace of God; lest any root of bitterness springing up trouble `you', and thereby the many be defiled;
Bible in Basic English (BBE) Looking with care to see that no man among you in his behaviour comes short of the grace of God; for fear that some bitter root may come up to be a trouble to you, and that some of you may be made unclean by it;
Darby English Bible (DBY) watching lest [there be] any one who lacks the grace of God; lest any root of bitterness springing up trouble [you], and many be defiled by it;
World English Bible (WEB) looking carefully lest there be any man who falls short of the grace of God; lest any root of bitterness springing up trouble you, and thereby the many be defiled;
Young's Literal Translation (YLT) looking diligently over lest any one be failing of the grace of God, lest any root of bitterness springing up may give trouble, and through this many may be defiled;
Cross Reference Exodus 32:21 in Oriya 21 ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ'ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ ?”
Deuteronomy 4:9 in Oriya 9 କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ର ପୌତ୍ରମାନଙ୍କୁ ତାହା ଶିଖାଅ।
Deuteronomy 29:18 in Oriya 18 ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;
Deuteronomy 32:32 in Oriya 32 କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;
Joshua 6:18 in Oriya 18 ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।
Joshua 7:25 in Oriya 25 ପୁଣି ଯିହୋଶୂୟ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ। ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।
Joshua 22:17 in Oriya 17 ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରି ପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,
1 Kings 14:16 in Oriya 16 ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହିସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।
Proverbs 4:23 in Oriya 23 ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
Isaiah 5:4 in Oriya 4 ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା ? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି ?
Isaiah 5:7 in Oriya 7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।
Jeremiah 2:21 in Oriya 21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ?
Matthew 7:16 in Oriya 16 ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି ?
Luke 22:32 in Oriya 32 କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।
Acts 20:30 in Oriya 30 ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।
1 Corinthians 5:6 in Oriya 6 ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ବୋଲି ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ ?
1 Corinthians 9:24 in Oriya 24 ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।
1 Corinthians 10:12 in Oriya 12 ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥି ନିମନ୍ତେ ସେ ସାବଧାନ ହେଉ।
1 Corinthians 13:8 in Oriya 8 ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହି ସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।
1 Corinthians 15:33 in Oriya 33 ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।
2 Corinthians 6:1 in Oriya 1 ଆହୁରି ମଧ୍ୟ ଇଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।
2 Corinthians 13:5 in Oriya 5 ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।
Galatians 2:13 in Oriya 13 ଆଉ, ଅବଶିଷ୍ଟ ଯିହୂଦୀ ବିଶ୍ୱାସୀମାନେ ମଧ୍ୟ ତାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ।
Galatians 5:4 in Oriya 4 ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ।
Ephesians 5:3 in Oriya 3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
2 Timothy 2:16 in Oriya 16 କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ,
Hebrews 2:1 in Oriya 1 ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
Hebrews 3:12 in Oriya 12 ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।
Hebrews 4:1 in Oriya 1 ଅତଏବ ଆସ, ଆମ୍ଭେମାନେ ସାବଧାନ ହେଉ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ।
Hebrews 4:11 in Oriya 11 ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।
Hebrews 6:11 in Oriya 11 ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,
Hebrews 10:23 in Oriya 23 ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
2 Peter 1:10 in Oriya 10 ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ,
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
2 Peter 2:18 in Oriya 18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
2 Peter 3:11 in Oriya 11 ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଇଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,
2 Peter 3:14 in Oriya 14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;
2 John 1:8 in Oriya 8 ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।
Jude 1:20 in Oriya 20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,