Hebrews 12:25 in Oriya 25 ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !
Other Translations King James Version (KJV) See that ye refuse not him that speaketh. For if they escaped not who refused him that spake on earth, much more shall not we escape, if we turn away from him that speaketh from heaven:
American Standard Version (ASV) See that ye refuse not him that speaketh. For if they escaped not when they refused him that warned `them' on earth, much more `shall not' we `escape' who turn away from him that `warneth' from heaven:
Bible in Basic English (BBE) See that you give ear to his voice which comes to you. For if those whose ears were shut to the voice which came to them on earth did not go free from punishment, what chance have we of going free if we give no attention to him whose voice comes from heaven?
Darby English Bible (DBY) See that ye refuse not him that speaks. For if those did not escape who had refused him who uttered the oracles on earth, much more we who turn away from him [who does so] from heaven:
World English Bible (WEB) See that you don't refuse him who speaks. For if they didn't escape when they refused him who warned on the Earth, how much more will we not escape who turn away from him who warns from heaven,
Young's Literal Translation (YLT) See, may ye not refuse him who is speaking, for if those did not escape who refused him who upon earth was divinely speaking -- much less we who do turn away from him who `speaketh' from heaven,
Cross Reference Exodus 16:29 in Oriya 29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”
Exodus 20:22 in Oriya 22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ।
Numbers 32:15 in Oriya 15 କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”
Deuteronomy 30:17 in Oriya 17 ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;
Joshua 22:16 in Oriya 16 “ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, “ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ ଲଘଂନ କରିଅଛ, ଏ କ'ଣ ?
1 Kings 12:16 in Oriya 16 ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି ? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ।” ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।
2 Chronicles 7:19 in Oriya 19 ମାତ୍ର ଯେବେ ତୁମ୍ଭେମାନେ ବିମୁଖ ହେବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବିଧି ଓ ଆଜ୍ଞାସବୁ ପରିତ୍ୟାଗ କରିବ, ପୁଣି ଯାଇ ଅନ୍ୟ ଦେବଗଣକୁ ସେବା ଓ ପ୍ରଣାମ କରିବ;
Proverbs 1:24 in Oriya 24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
Proverbs 1:32 in Oriya 32 ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।
Proverbs 8:33 in Oriya 33 ଉପଦେଶ ଶୁଣି ଜ୍ଞାନବାନ୍ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।
Proverbs 13:18 in Oriya 18 ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ।
Proverbs 15:32 in Oriya 32 ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।
Isaiah 48:6 in Oriya 6 ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ।
Isaiah 64:9 in Oriya 9 ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।
Jeremiah 11:10 in Oriya 10 ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।”
Ezekiel 5:6 in Oriya 6 ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି !”
Zechariah 7:11 in Oriya 11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
Matthew 8:4 in Oriya 4 ଆଉ ଯୀଶୁ ତାହାକୁ କହିଲେ, ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।
Matthew 17:5 in Oriya 5 ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ” ଏହାଙ୍କ ବାକ୍ୟ ଶୁଣ।
Acts 7:35 in Oriya 35 କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ୱର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।
1 Thessalonians 5:15 in Oriya 15 ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।
2 Timothy 4:4 in Oriya 4 ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ।
Hebrews 2:1 in Oriya 1 ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
Hebrews 3:17 in Oriya 17 ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କ'ଣ ସେମାନଙ୍କ ଉପରେ ନୁହେଁ ?
Hebrews 8:5 in Oriya 5 ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶ ପ୍ରାପ୍ତ ହୋଇଥିଲେ; କାରଣ ଈଶ୍ୱର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର।
Hebrews 10:28 in Oriya 28 କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;
Hebrews 11:7 in Oriya 7 ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।
1 Peter 1:22 in Oriya 22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
Revelation 19:10 in Oriya 10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।
Revelation 22:9 in Oriya 9 କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର।