Hebrews 12:28 in Oriya 28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଇଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
Other Translations King James Version (KJV) Wherefore we receiving a kingdom which cannot be moved, let us have grace, whereby we may serve God acceptably with reverence and godly fear:
American Standard Version (ASV) Wherefore, receiving a kingdom that cannot be shaken, let us have grace, whereby we may offer service well-pleasing to God with reverence and awe:
Bible in Basic English (BBE) If then, we have a kingdom which will never be moved, let us have grace, so that we may give God such worship as is pleasing to him with fear and respect:
Darby English Bible (DBY) Wherefore let us, receiving a kingdom not to be shaken, have grace, by which let us serve God acceptably with reverence and fear.
World English Bible (WEB) Therefore, receiving a Kingdom that can't be shaken, let us have grace, through which we serve God acceptably, with reverence and awe,
Young's Literal Translation (YLT) wherefore, a kingdom that cannot be shaken receiving, may we have grace, through which we may serve God well-pleasingly, with reverence and religious fear;
Cross Reference Leviticus 10:3 in Oriya 3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।
Psalm 2:11 in Oriya 11 ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।
Psalm 19:14 in Oriya 14 ହେ ସଦାପ୍ରଭୁ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋ' ମୁଖର ବାକ୍ୟ ଓ ମୋ' ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।
Psalm 89:7 in Oriya 7 ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି ?
Proverbs 28:24 in Oriya 24 ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ।
Isaiah 9:7 in Oriya 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
Isaiah 56:7 in Oriya 7 ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Daniel 7:14 in Oriya 14 ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
Daniel 7:27 in Oriya 27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Luke 1:33 in Oriya 33 ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।
Luke 17:20 in Oriya 20 ଇଶ୍ବରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଇଶ୍ବରଙ୍କ ରାଜ୍ୟ ଦୃଶ୍ୟଭାବରେ ଆସେ ନାହିଁ;
Romans 11:20 in Oriya 20 ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;
Romans 12:1 in Oriya 1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଇଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଇଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Ephesians 5:10 in Oriya 10 ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର;
Philippians 4:18 in Oriya 18 ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହି ସବୁ ମୋ' ପାଇଁ ଯଥେଷ୍ଟ; ସେହି ସବୁ ଇଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।
Hebrews 3:6 in Oriya 6 କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
Hebrews 4:16 in Oriya 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
Hebrews 5:7 in Oriya 7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
Hebrews 10:19 in Oriya 19 ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ଶରୀର ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,
Hebrews 10:22 in Oriya 22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଇଶ୍ବରଙ୍କ ନିକଟବର୍ତ୍ତୀ ହେଉ;
Hebrews 13:15 in Oriya 15 ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
1 Peter 1:4 in Oriya 4 ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।
1 Peter 1:17 in Oriya 17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
1 Peter 2:5 in Oriya 5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
1 Peter 2:20 in Oriya 20 ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କ'ଣ ସୁଖ୍ୟାତି ? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଇଶ୍ବରଙ୍କ ନିକଟରେ ପ୍ରଶଂସାର ବିଷୟ।
Revelation 1:6 in Oriya 6 ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।
Revelation 5:10 in Oriya 10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଇଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।
Revelation 15:4 in Oriya 4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।