Hebrews 12:5 in Oriya 5 ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;
Other Translations King James Version (KJV) And ye have forgotten the exhortation which speaketh unto you as unto children, My son, despise not thou the chastening of the Lord, nor faint when thou art rebuked of him:
American Standard Version (ASV) and ye have forgotten the exhortation which reasoneth with you as with sons, My son, regard not lightly the chastening of the Lord, Nor faint when thou art reproved of him;
Bible in Basic English (BBE) And you have not kept in mind the word which says to you as to sons, My son, do not make little of the Lord's punishment, and do not give up hope when you are judged by him;
Darby English Bible (DBY) And ye have quite forgotten the exhortation which speaks to you as to sons: My son, despise not [the] chastening of [the] Lord, nor faint [when] reproved by him;
World English Bible (WEB) and you have forgotten the exhortation which reasons with you as with children, "My son, don't take lightly the chastening of the Lord, Nor faint when you are reproved by him;
Young's Literal Translation (YLT) and ye have forgotten the exhortation that doth speak fully with you as with sons, `My son, be not despising chastening of the Lord, nor be faint, being reproved by Him,
Cross Reference Deuteronomy 4:9 in Oriya 9 କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ର ପୌତ୍ରମାନଙ୍କୁ ତାହା ଶିଖାଅ।
Joshua 7:7 in Oriya 7 ପୁଣି ଯିହୋଶୂୟ କହିଲେ, ହାୟ ହାୟ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥା'ନ୍ତୁ !
2 Samuel 6:7 in Oriya 7 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।
1 Chronicles 13:9 in Oriya 9 ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।
1 Chronicles 15:12 in Oriya 12 “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”
Job 5:17 in Oriya 17 ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।
Job 34:31 in Oriya 31 କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;
Psalm 6:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
Psalm 94:12 in Oriya 12 ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
Psalm 118:18 in Oriya 18 ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।
Psalm 119:16 in Oriya 16 ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ।
Psalm 119:75 in Oriya 75 ହେ ସଦାପ୍ରଭୁ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
Psalm 119:83 in Oriya 83 କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।
Psalm 119:109 in Oriya 109 ମୋ' ପ୍ରାଣ ନିରନ୍ତର ମୋ' ହସ୍ତରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।
Proverbs 3:1 in Oriya 1 ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।
Proverbs 3:11 in Oriya 11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଯୋଗ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।
Proverbs 4:5 in Oriya 5 ଜ୍ଞାନ ଅର୍ଜ୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋ' ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
Jeremiah 31:18 in Oriya 18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Matthew 16:9 in Oriya 9 ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକାଇ ଉଠାଇଲ,
Luke 24:6 in Oriya 6 ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି। ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,
Luke 24:8 in Oriya 8 ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
1 Corinthians 11:32 in Oriya 32 ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥି ନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।
2 Corinthians 4:8 in Oriya 8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
2 Corinthians 12:9 in Oriya 9 ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ। ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
Hebrews 12:3 in Oriya 3 ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।
Hebrews 12:7 in Oriya 7 ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ୱର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି ?
James 1:12 in Oriya 12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ।
Revelation 3:19 in Oriya 19 ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନପରିବର୍ତ୍ତନ କର।