Hebrews 12:9 in Oriya 9 ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ ?
Other Translations King James Version (KJV) Furthermore we have had fathers of our flesh which corrected us, and we gave them reverence: shall we not much rather be in subjection unto the Father of spirits, and live?
American Standard Version (ASV) Furthermore, we had the fathers of our flesh to chasten us, and we gave them reverence: shall we not much rather be in subjection unto the Father of spirits, and live?
Bible in Basic English (BBE) And again, if the fathers of our flesh gave us punishment and had our respect, how much more will we be under the authority of the Father of spirits, and have life?
Darby English Bible (DBY) Moreover we have had the fathers of our flesh as chasteners, and we reverenced [them]; shall we not much rather be in subjection to the Father of spirits, and live?
World English Bible (WEB) Furthermore, we had the fathers of our flesh to chasten us, and we paid them respect. Shall we not much rather be in subjection to the Father of spirits, and live?
Young's Literal Translation (YLT) Then, indeed, fathers of our flesh we have had, chastising `us', and we were reverencing `them'; shall we not much rather be subject to the Father of the spirits, and live?
Cross Reference Exodus 20:12 in Oriya 12 ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
Leviticus 19:3 in Oriya 3 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Numbers 16:22 in Oriya 22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ ?”
Numbers 27:16 in Oriya 16 “ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
Deuteronomy 21:18 in Oriya 18 ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;
Deuteronomy 27:16 in Oriya 16 “ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍'।
Job 12:10 in Oriya 10 ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।
Proverbs 30:17 in Oriya 17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରାକୁଆମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
Ecclesiastes 12:7 in Oriya 7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।
Isaiah 38:16 in Oriya 16 ହେ ପ୍ରଭୁ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋ' ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।
Isaiah 42:5 in Oriya 5 ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;
Isaiah 57:16 in Oriya 16 କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
Ezekiel 22:7 in Oriya 7 ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।
Zechariah 12:1 in Oriya 1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।
Malachi 1:6 in Oriya 6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”
John 3:6 in Oriya 6 ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।
Acts 2:30 in Oriya 30 ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାଙ୍କ ସିଂହାସନରେ ରାଜା କରି ବସାଇବା ପାଇଁ ପରମେଶ୍ୱର ତାକୁ ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ।
Romans 1:3 in Oriya 3 ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,
Romans 9:3 in Oriya 3 କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି।
Romans 9:5 in Oriya 5 ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍।
Ephesians 6:1 in Oriya 1 ହେ ପିଲାମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;
James 4:7 in Oriya 7 ଅତଏବ, ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।
James 4:10 in Oriya 10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।
1 Peter 5:6 in Oriya 6 ଅତଏବ, ଇଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;