Hebrews 13:17 in Oriya 17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
Other Translations King James Version (KJV) Obey them that have the rule over you, and submit yourselves: for they watch for your souls, as they that must give account, that they may do it with joy, and not with grief: for that is unprofitable for you.
American Standard Version (ASV) Obey them that have the rule over you, and submit `to them': for they watch in behalf of your souls, as they that shall give account; that they may do this with joy, and not with grief: for this `were' unprofitable for you.
Bible in Basic English (BBE) Give ear to those who are rulers over you, and do as they say: for they keep watch over your souls, ready to give an account of them; let them be able to do this with joy and not with grief, because that would be of no profit to you.
Darby English Bible (DBY) Obey your leaders, and be submissive; for *they* watch over your souls as those that shall give account; that they may do this with joy, and not groaning, for this [would be] unprofitable for you.
World English Bible (WEB) Obey your leaders and submit to them, for they watch on behalf of your souls, as those who will give account, that they may do this with joy, and not with groaning, for that would be unprofitable for you.
Young's Literal Translation (YLT) Be obedient to those leading you, and be subject, for these do watch for your souls, as about to give account, that with joy they may do this, and not sighing, for this `is' unprofitable to you.
Cross Reference Genesis 16:9 in Oriya 9 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”
Exodus 32:31 in Oriya 31 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରି ଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।
1 Samuel 8:19 in Oriya 19 ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;
1 Samuel 15:19 in Oriya 19 ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ ?
Proverbs 5:13 in Oriya 13 ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
Isaiah 62:6 in Oriya 6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।
Jeremiah 13:17 in Oriya 17 ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
Ezekiel 3:17 in Oriya 17 ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।
Ezekiel 33:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣିଲେ, ସେ ଦେଶର ଲୋକମାନେ ଯଦି ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;
Ezekiel 33:7 in Oriya 7 ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।
Luke 16:2 in Oriya 2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି ? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।
Acts 20:24 in Oriya 24 କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଇଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
Romans 14:12 in Oriya 12 ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଇଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।
1 Corinthians 4:1 in Oriya 1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଇଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।
1 Corinthians 16:16 in Oriya 16 ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି।
2 Corinthians 5:10 in Oriya 10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।
Ephesians 5:21 in Oriya 21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂୂତ ହୁଅ।
Philippians 1:4 in Oriya 4 ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ
Philippians 2:12 in Oriya 12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
Philippians 2:16 in Oriya 16 ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି।
Philippians 2:29 in Oriya 29 ଅତଏବ, ପ୍ରଭୁଙ୍କ ହେତୁ ତାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହି ପ୍ରକାର ବ୍ୟକ୍ତିମାନଙ୍କୁ ସମାଦର କର;
Philippians 3:18 in Oriya 18 କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
Philippians 4:1 in Oriya 1 ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।
1 Thessalonians 2:19 in Oriya 19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ ? ତାହା କି ତୁମ୍ଭେମାନେ ନୁହଁ?
1 Thessalonians 3:9 in Oriya 9 ହଁ, ଆମ୍ଭମାନଙ୍କ ଇଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ କିପରି ଧନ୍ୟବାଦ ଦେଇପାରୁ ?
1 Thessalonians 5:12 in Oriya 12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
2 Thessalonians 3:14 in Oriya 14 ଆଉ ଯେବେ କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥି ନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;
1 Timothy 5:17 in Oriya 17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।
Hebrews 13:7 in Oriya 7 ଯେଉଁମାନେ ତୁମ୍ଭମାନଙ୍କୁ ଇଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
Hebrews 13:24 in Oriya 24 ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
James 4:7 in Oriya 7 ଅତଏବ, ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।
1 Peter 5:2 in Oriya 2 ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଇଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଇଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।