Hebrews 13:9 in Oriya 9 ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।
Other Translations King James Version (KJV) Be not carried about with divers and strange doctrines. For it is a good thing that the heart be established with grace; not with meats, which have not profited them that have been occupied therein.
American Standard Version (ASV) Be not carried away by divers and strange teachings: for it is good that the heart be established by grace; not by meats, wherein they that occupied themselves were not profited.
Bible in Basic English (BBE) Do not be turned away by different strange teachings, because it is good for your hearts to be made strong by grace, and not by meats, which were of no profit to those who took so much trouble over them.
Darby English Bible (DBY) Be not carried away with various and strange doctrines; for [it is] good that the heart be confirmed with grace, not meats; those who have walked in which have not been profited by [them].
World English Bible (WEB) Don't be carried away by various and strange teachings, for it is good that the heart be established by grace, not by food, through which those who were so occupied were not benefited.
Young's Literal Translation (YLT) with teachings manifold and strange be not carried about, for `it is' good that by grace the heart be confirmed, not with meats, in which they who were occupied were not profited;
Cross Reference Leviticus 11:1 in Oriya 1 ତା'ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
Deuteronomy 14:3 in Oriya 3 ତୁମ୍ଭେ କୌଣସି ଘୃଣାଯୋଗ୍ୟ ଦ୍ରବ୍ୟ ଭୋଜନ କରିବ ନାହିଁ।
Matthew 24:4 in Oriya 4 ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।
Matthew 24:24 in Oriya 24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।
Acts 10:14 in Oriya 14 କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ।
Acts 20:30 in Oriya 30 ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।
Acts 20:32 in Oriya 32 ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।
Romans 14:2 in Oriya 2 ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ।
Romans 14:6 in Oriya 6 ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ।
Romans 14:17 in Oriya 17 କାରଣ ଇଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
Romans 16:17 in Oriya 17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
1 Corinthians 6:13 in Oriya 13 ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
1 Corinthians 8:8 in Oriya 8 କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଇଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ।
2 Corinthians 1:21 in Oriya 21 ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ୱର;
2 Corinthians 11:11 in Oriya 11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ ? ଈଶ୍ୱର ଜାଣନ୍ତି।
Galatians 1:6 in Oriya 6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;
Galatians 6:1 in Oriya 1 ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
Ephesians 4:14 in Oriya 14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
Ephesians 5:6 in Oriya 6 କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଇଶ୍ବରଙ୍କ କ୍ରୋଧ ବର୍ତ୍ତେ।
Colossians 2:4 in Oriya 4 କେହି ଯେପରି ତୁମ୍ଭମାନଙ୍କୁ ବାକ୍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।
Colossians 2:7 in Oriya 7 ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
Colossians 2:16 in Oriya 16 ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;
2 Thessalonians 2:2 in Oriya 2 ପ୍ରଭୁଙ୍କ ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ;
2 Thessalonians 2:17 in Oriya 17 ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।
1 Timothy 4:1 in Oriya 1 ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
1 Timothy 6:3 in Oriya 3 କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ୱରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
1 Timothy 6:20 in Oriya 20 ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;
2 Timothy 2:1 in Oriya 1 ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,
Titus 1:14 in Oriya 14 ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।
Hebrews 9:9 in Oriya 9 ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହି ସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ;
1 John 4:1 in Oriya 1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
Jude 1:3 in Oriya 3 ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।
Jude 1:12 in Oriya 12 ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;