Hebrews 2:1 in Oriya 1 ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
Other Translations King James Version (KJV) Therefore we ought to give the more earnest heed to the things which we have heard, lest at any time we should let them slip.
American Standard Version (ASV) Therefore we ought to give the more earnest heed to the things that were heard, lest haply we drift away `from them'.
Bible in Basic English (BBE) For this reason there is the more need for us to give attention to the things which have come to our ears, for fear that by chance we might be slipping away.
Darby English Bible (DBY) For this reason we should give heed more abundantly to the things [we have] heard, lest in any way we should slip away.
World English Bible (WEB) Therefore we ought to pay greater attention to the things that were heard, lest perhaps we drift away.
Young's Literal Translation (YLT) Because of this it behoveth `us' more abundantly to take heed to the things heard, lest we may glide aside,
Cross Reference Deuteronomy 4:9 in Oriya 9 କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ର ପୌତ୍ରମାନଙ୍କୁ ତାହା ଶିଖାଅ।
Deuteronomy 4:23 in Oriya 23 ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ।
Deuteronomy 32:46 in Oriya 46 “ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁ ସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”
Joshua 23:11 in Oriya 11 ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତି ସାବଧାନ ହୋଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କର।
1 Chronicles 22:13 in Oriya 13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହିସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ୍ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।
Psalm 119:9 in Oriya 9 ବୈତ୍। ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
Proverbs 2:1 in Oriya 1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ' କଥା ଗ୍ରହଣ କର ଓ ମୋ' ଆଜ୍ଞାସବୁ ମନରେ ରଖ;
Proverbs 3:21 in Oriya 21 ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର।
Proverbs 4:1 in Oriya 1 ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର।
Proverbs 4:20 in Oriya 20 ହେ ମୋହର ପୁତ୍ର, ମୋ' କଥାରେ ମନୋଯୋଗ କର; ମୋ' ବାକ୍ୟରେ କର୍ଣ୍ଣ ଡେର।
Proverbs 7:1 in Oriya 1 ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।
Habakkuk 2:16 in Oriya 16 ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।
Matthew 16:9 in Oriya 9 ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକାଇ ଉଠାଇଲ,
Mark 8:18 in Oriya 18 ତୁମ୍ଭମାନଙ୍କ ହୃଦୟ କ'ଣ ଜଡ଼ ହୋଇ ରହିଅଛି ? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ ?
Luke 8:15 in Oriya 15 ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।
Luke 9:44 in Oriya 44 ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଛନ୍ତି।
Hebrews 1:1 in Oriya 1 ଈଶ୍ୱର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି
Hebrews 2:2 in Oriya 2 କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,
Hebrews 12:5 in Oriya 5 ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;
Hebrews 12:25 in Oriya 25 ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !
2 Peter 1:12 in Oriya 12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
2 Peter 1:15 in Oriya 15 ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥି ନିମନ୍ତେ ମୁଁ ଯତ୍ନ କରିବି।
2 Peter 3:1 in Oriya 1 ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।