Hebrews 4:13 in Oriya 13 ଇଶ୍ବରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ।
Other Translations King James Version (KJV) Neither is there any creature that is not manifest in his sight: but all things are naked and opened unto the eyes of him with whom we have to do.
American Standard Version (ASV) And there is no creature that is not manifest in his sight: but all things are naked and laid open before the eyes of him with whom we have to do.
Bible in Basic English (BBE) And there is nothing made which is not completely clear to him; there is nothing covered, but all things are open to the eyes of him with whom we have to do.
Darby English Bible (DBY) And there is not a creature unapparent before him; but all things [are] naked and laid bare to his eyes, with whom we have to do.
World English Bible (WEB) There is no creature that is hidden from his sight, but all things are naked and laid open before the eyes of him with whom we have to do.
Young's Literal Translation (YLT) and there is not a created thing not manifest before Him, but all things `are' naked and open to His eyes -- with whom is our reckoning.
Cross Reference 1 Samuel 16:7 in Oriya 7 ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;
1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
2 Chronicles 6:30 in Oriya 30 ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।
2 Chronicles 16:9 in Oriya 9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”
Job 26:6 in Oriya 6 ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ଅବଦ୍ଦୋନର କୌଣସି ଆବରଣ ନାହିଁ।
Job 34:21 in Oriya 21 କାରଣ ମନୁଷ୍ୟର ମାର୍ଗ ପ୍ରତି ପରମେଶ୍ବରଙ୍କ ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି।
Job 38:17 in Oriya 17 ତୁମ୍ଭ ନିକଟରେ କି ମୃତ୍ୟୁୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି ? ଅବା ତୁମ୍ଭେ କି ମୃତ୍ୟୁୁଛାୟାର ଦ୍ୱାରସବୁ ଦେଖିଅଛ ?
Psalm 7:9 in Oriya 9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।
Psalm 33:13 in Oriya 13 ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ମନୁଷ୍ୟ-ସନ୍ତାନକୁ ନିରୀକ୍ଷଣ କରନ୍ତି;
Psalm 44:21 in Oriya 21 ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।
Psalm 90:8 in Oriya 8 ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।
Psalm 139:11 in Oriya 11 ଯଦି ମୁଁ କହେ, “ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋ' ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,”
Proverbs 15:3 in Oriya 3 ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।
Proverbs 15:11 in Oriya 11 ପାତାଳ ଓ ବିନାଶ-ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ?
Ecclesiastes 12:14 in Oriya 14 ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।
Jeremiah 17:10 in Oriya 10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।
Jeremiah 17:23 in Oriya 23 ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।'
Matthew 7:21 in Oriya 21 ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।
Matthew 25:31 in Oriya 31 ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
John 2:24 in Oriya 24 କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ୍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ,
John 5:22 in Oriya 22 ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି।
John 21:17 in Oriya 17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।
Acts 17:31 in Oriya 31 କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
Romans 2:16 in Oriya 16 ଯେଉଁ ଦିନରେ ଈଶ୍ୱର ମୋହର ସୁସମାଚାର ଅନୁସାରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।
Romans 14:9 in Oriya 9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।
1 Corinthians 4:5 in Oriya 5 ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ।
2 Corinthians 5:10 in Oriya 10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।
Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।
Revelation 20:11 in Oriya 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।