Hebrews 6:12 in Oriya 12 ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।
Other Translations King James Version (KJV) That ye be not slothful, but followers of them who through faith and patience inherit the promises.
American Standard Version (ASV) that ye be not sluggish, but imitators of them who through faith and patience inherit the promises.
Bible in Basic English (BBE) So that you may not be slow in heart, but may take as your example those to whom God has given their heritage, because of their faith and their long waiting.
Darby English Bible (DBY) that ye be not sluggish, but imitators of those who through faith and patience have been inheritors of the promises.
World English Bible (WEB) that you won't be sluggish, but imitators of those who through faith and patience inherited the promises.
Young's Literal Translation (YLT) that ye may not become slothful, but followers of those who through faith and patient endurance are inheriting the promises.
Cross Reference Proverbs 12:24 in Oriya 24 କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
Proverbs 13:4 in Oriya 4 ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।
Proverbs 15:19 in Oriya 19 ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ।
Proverbs 18:9 in Oriya 9 ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ।
Proverbs 24:30 in Oriya 30 ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି।
Song of Solomon 1:8 in Oriya 8 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।
Jeremiah 6:16 in Oriya 16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”
Matthew 22:32 in Oriya 32 ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର। ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।
Matthew 25:26 in Oriya 26 କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କ'ଣ ଜାଣିଥିଲୁ ?
Luke 8:15 in Oriya 15 ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।
Luke 16:22 in Oriya 22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
Luke 20:37 in Oriya 37 ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ବୋଲି କହି ସୂଚନା ଦେଇଅଛନ୍ତି।
Romans 2:7 in Oriya 7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
Romans 4:12 in Oriya 12 ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତ ପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।
Romans 8:25 in Oriya 25 କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।
Romans 12:11 in Oriya 11 ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
1 Thessalonians 1:3 in Oriya 3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ;
2 Thessalonians 1:4 in Oriya 4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଇଶ୍ବରଙ୍କ ମଣ୍ଡଳୀସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।
Hebrews 1:14 in Oriya 14 ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?
Hebrews 5:11 in Oriya 11 ଯୀଶୁଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର।
Hebrews 6:15 in Oriya 15 ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।
Hebrews 10:36 in Oriya 36 ଯେଣୁ ତୁମ୍ଭେମାନେ ଯେପରି ଇଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇ ପାର, ଏଥି ନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।
Hebrews 11:8 in Oriya 8 ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।
Hebrews 11:33 in Oriya 33 ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖ ବନ୍ଦ କଲେ,
Hebrews 12:1 in Oriya 1 ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
Hebrews 13:7 in Oriya 7 ଯେଉଁମାନେ ତୁମ୍ଭମାନଙ୍କୁ ଇଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
James 1:3 in Oriya 3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।
James 5:10 in Oriya 10 ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।
1 Peter 3:5 in Oriya 5 କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ୱରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।
2 Peter 1:10 in Oriya 10 ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ,
1 John 2:25 in Oriya 25 ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।
Revelation 13:10 in Oriya 10 କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ। ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ।
Revelation 14:12 in Oriya 12 ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଇଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ।