Hebrews 6:17 in Oriya 17 ଏଣୁ ଈଶ୍ୱର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
Other Translations King James Version (KJV) Wherein God, willing more abundantly to shew unto the heirs of promise the immutability of his counsel, confirmed it by an oath:
American Standard Version (ASV) Wherein God, being minded to show more abundantly unto the heirs of the promise the immutability of his counsel, interposed with an oath;
Bible in Basic English (BBE) So that when it was God's desire to make it specially clear to those who by his word were to have the heritage, that his purpose was fixed, he made it more certain with an oath;
Darby English Bible (DBY) Wherein God, willing to shew more abundantly to the heirs of the promise the unchangeableness of his purpose, intervened by an oath,
World English Bible (WEB) In this way God, being determined to show more abundantly to the heirs of the promise the immutability of his counsel, interposed with an oath;
Young's Literal Translation (YLT) in which God, more abundantly willing to shew to the heirs of the promise the immutability of his counsel, did interpose by an oath,
Cross Reference Genesis 26:28 in Oriya 28 ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;
Exodus 22:11 in Oriya 11 ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।
Job 23:13 in Oriya 13 ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।
Psalm 33:11 in Oriya 11 ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଙ୍କଳ୍ପସବୁ ପୁରୁଷାନୁକ୍ରମେ ଥାଏ।
Psalm 36:8 in Oriya 8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
Psalm 110:4 in Oriya 4 ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”
Proverbs 19:21 in Oriya 21 ମନୁଷ୍ୟର ମନରେ ନାନା ସଙ୍କଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
Song of Solomon 5:1 in Oriya 1 ହେ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
Isaiah 14:24 in Oriya 24 ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;
Isaiah 14:26 in Oriya 26 ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।
Isaiah 46:10 in Oriya 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
Isaiah 54:9 in Oriya 9 “କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।
Isaiah 55:7 in Oriya 7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
Isaiah 55:11 in Oriya 11 ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।
Jeremiah 33:20 in Oriya 20 “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
Jeremiah 33:25 in Oriya 25 ସଦାପ୍ରଭୁ ଏହି କଥା କହନ୍ତି, “ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,
Malachi 3:6 in Oriya 6 “କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।
John 10:10 in Oriya 10 ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥି ନିମନ୍ତେ ମୁଁ ଆସିଅଛି।
Romans 8:17 in Oriya 17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଇଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
Romans 11:29 in Oriya 29 କାରଣ, ଇଶ୍ବରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ।
Galatians 3:29 in Oriya 29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
Hebrews 6:12 in Oriya 12 ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।
Hebrews 6:16 in Oriya 16 ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ୍ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ।
Hebrews 6:18 in Oriya 18 ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଇଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।
Hebrews 11:7 in Oriya 7 ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।
Hebrews 11:9 in Oriya 9 ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
1 Peter 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
1 Peter 3:7 in Oriya 7 ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥି ନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳାପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।