Hebrews 6:4 in Oriya 4 କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ ହୋଇଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,
Other Translations King James Version (KJV) For it is impossible for those who were once enlightened, and have tasted of the heavenly gift, and were made partakers of the Holy Ghost,
American Standard Version (ASV) For as touching those who were once enlightened and tasted of the heavenly gift, and were made partakers of the Holy Spirit,
Bible in Basic English (BBE) As for those who at one time saw the light, tasting the good things from heaven, and having their part in the Holy Spirit,
Darby English Bible (DBY) For it is impossible to renew again to repentance those once enlightened, and who have tasted of the heavenly gift, and have been made partakers of [the] Holy Spirit,
World English Bible (WEB) For concerning those who were once enlightened and tasted of the heavenly gift, and were made partakers of the Holy Spirit,
Young's Literal Translation (YLT) for `it is' impossible for those once enlightened, having tasted also of the heavenly gift, and partakers having became of the Holy Spirit,
Cross Reference Numbers 24:3 in Oriya 3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
Numbers 24:15 in Oriya 15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
Matthew 5:13 in Oriya 13 ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।
Matthew 7:21 in Oriya 21 ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।
Matthew 12:31 in Oriya 31 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ।
Matthew 12:45 in Oriya 45 ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ। ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ।
Luke 10:19 in Oriya 19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
Luke 11:24 in Oriya 24 ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରିଆସିଥିଲି, ମୋହର ସେହି ଘରକୁ ଫେରିଯିବି;
John 3:27 in Oriya 27 ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ।
John 4:10 in Oriya 10 ଯୀଶୁ ତାହାକୁ ଉତ୍ତର ଦେଲେ, ଇଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।
John 6:32 in Oriya 32 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାଁନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;
John 15:6 in Oriya 6 କେହି ଯେବେ ମୋ'ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।
Acts 8:20 in Oriya 20 କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଇଶ୍ବରଙ୍କ ଦାନ କିଣିବାକୁ ଭାବିଲ।
Acts 10:45 in Oriya 45 ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୂଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;
Acts 11:17 in Oriya 17 ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ୱର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ୱରଙ୍କୁ ପ୍ରତିରୋଧ କରି ପାରିଥାନ୍ତି ?
Acts 15:8 in Oriya 8 ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।
Romans 1:11 in Oriya 11 ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି,
1 Corinthians 13:1 in Oriya 1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟ କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।
Galatians 3:2 in Oriya 2 ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ୱାସରେ ଶୁଣିବା ହେତୁ ଆତ୍ମା ପାଇଥିଲ ?
Galatians 3:5 in Oriya 5 ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ଶୁଣିବା ହେତୁ କରନ୍ତି ?
Ephesians 2:8 in Oriya 8 କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଇଶ୍ବରଙ୍କ ଦାନ,
Ephesians 3:7 in Oriya 7 ଇଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
Ephesians 4:7 in Oriya 7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି।
1 Timothy 4:14 in Oriya 14 ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।
2 Timothy 2:25 in Oriya 25 ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ,
2 Timothy 4:14 in Oriya 14 କଂସାରି ଆଲେକ୍ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାଙ୍କୁ ପ୍ରତିଫଳ ଦେବେ;
Hebrews 2:4 in Oriya 4 ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।
Hebrews 10:26 in Oriya 26 କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
Hebrews 10:32 in Oriya 32 କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
Hebrews 12:15 in Oriya 15 କାଳେ କେହି ଇଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
2 Peter 2:20 in Oriya 20 ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।
1 John 5:16 in Oriya 16 କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ୱର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ।