Hebrews 7:26 in Oriya 26 କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
Other Translations King James Version (KJV) For such an high priest became us, who is holy, harmless, undefiled, separate from sinners, and made higher than the heavens;
American Standard Version (ASV) For such a high priest became us, holy, guileless, undefiled, separated from sinners, and made higher than the heavens;
Bible in Basic English (BBE) It was right for us to have such a high priest, one who is holy and without evil, doing no wrong, having no part with sinners, and made higher than the heavens:
Darby English Bible (DBY) For such a high priest became us, holy, harmless, undefiled, separated from sinners, and become higher than the heavens:
World English Bible (WEB) For such a high priest was fitting for us: holy, guiltless, undefiled, separated from sinners, and made higher than the heavens;
Young's Literal Translation (YLT) For such a chief priest did become us -- kind, harmless, undefiled, separate from the sinners, and become higher than the heavens,
Cross Reference Exodus 28:36 in Oriya 36 ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଖୋଦନ କରିବ।
Psalm 68:18 in Oriya 18 ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।
Isaiah 53:9 in Oriya 9 ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।
Matthew 27:18 in Oriya 18 କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ।
Mark 16:19 in Oriya 19 ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।
Luke 1:35 in Oriya 35 ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଇଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଇଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।
Luke 23:22 in Oriya 22 ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି ? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା।
Luke 23:41 in Oriya 41 ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାଁନ୍ତି।
Luke 23:47 in Oriya 47 ଶତସେନାପତି ଏହି ଘଟଣା ଦେଖି ଇଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।
Luke 24:26 in Oriya 26 ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?
Luke 24:46 in Oriya 46 ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,
John 8:29 in Oriya 29 ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାଁନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।
John 14:30 in Oriya 30 ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋ'ଠାରେ ତାହାର କିଛି ହିଁ ନାହିଁ;
Acts 3:14 in Oriya 14 ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ,ଏହା ପ୍ରାର୍ଥନା କଲେ,
Acts 4:27 in Oriya 27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
2 Corinthians 5:21 in Oriya 21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ।
Ephesians 1:20 in Oriya 20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
Ephesians 4:8 in Oriya 8 ଏଥି ନିମନ୍ତେ ଉକ୍ତ ଅଛି, ସେ ଊର୍ଦ୍ଧ୍ୱକୁ ଆରୋହଣ କରି ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।
Philippians 2:9 in Oriya 9 ଏହି କାରଣରୁ ଈଶ୍ୱର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
Hebrews 1:3 in Oriya 3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,
Hebrews 2:10 in Oriya 10 କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା।
Hebrews 4:14 in Oriya 14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଇଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।
Hebrews 7:11 in Oriya 11 ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ଵ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ଵ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କ'ଣ ଆବଶ୍ୟକ ଥିଲା ?
Hebrews 8:1 in Oriya 1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;
Hebrews 9:14 in Oriya 14 ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଇଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଇଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !
Hebrews 9:23 in Oriya 23 ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହି ସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ।
Hebrews 10:11 in Oriya 11 ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହି ସବୁ କେବେ ପାପ ହରଣ କରି ପାରେ ନାହିଁ।
Hebrews 12:2 in Oriya 2 ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଇଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
1 Peter 1:19 in Oriya 19 ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
1 Peter 2:22 in Oriya 22 ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।
1 Peter 3:22 in Oriya 22 ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।
1 John 2:2 in Oriya 2 ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।
1 John 3:5 in Oriya 5 ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।
Revelation 1:17 in Oriya 17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
Revelation 3:7 in Oriya 7 ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,