Hebrews 8:11 in Oriya 11 ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ସେମାନେ ଆମ୍ଭର ଲୋକ ହେବେ ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ।
Other Translations King James Version (KJV) And they shall not teach every man his neighbour, and every man his brother, saying, Know the Lord: for all shall know me, from the least to the greatest.
American Standard Version (ASV) And they shall not teach every man his fellow-citizen, And every man his brother, saying, Know the Lord: For all shall know me, From the least to the greatest of them.
Bible in Basic English (BBE) And there will be no need for every man to be teaching his brother, or his neighbour, saying, This is the knowledge of the Lord: for they will all have knowledge of me, great and small.
Darby English Bible (DBY) And they shall not teach each his fellow-citizen, and each his brother, saying, Know the Lord; because all shall know me in themselves, from [the] little one [among them] unto [the] great among them.
World English Bible (WEB) They will not teach every man his fellow citizen,{TR reads "neighbor" instead of "fellow citizen"} Every man his brother, saying, 'Know the Lord,' For all will know me, From the least of them to the greatest of them.
Young's Literal Translation (YLT) and they shall not teach each his neighbour, and each his brother, saying, Know thou the Lord, because they shall all know Me from the small one of them unto the great one of them,
Cross Reference 2 Kings 17:27 in Oriya 27 ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇ ଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।”
1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
2 Chronicles 30:22 in Oriya 22 ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକିୟ ଚିତ୍ତ ପ୍ରବୋଧକ କଥା କହିଲେ। ତହୁଁ ସେମାନେ ପର୍ବର ସାତ ଦିନସାରା ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ସ୍ୱୀକାର କଲେ।
Ezra 7:25 in Oriya 25 ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ।
Isaiah 2:3 in Oriya 3 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
Isaiah 54:13 in Oriya 13 ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
Jeremiah 6:13 in Oriya 13 ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
Jeremiah 24:7 in Oriya 7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।'
Jeremiah 31:34 in Oriya 34 ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ' ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
Jeremiah 42:1 in Oriya 1 ଏଥିଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ,
Jeremiah 42:8 in Oriya 8 ତହିଁରେ ସେ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,
Jeremiah 44:12 in Oriya 12 ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।
Ezekiel 34:30 in Oriya 30 ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍, ଇସ୍ରାଏଲ ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Habakkuk 2:14 in Oriya 14 କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।
John 6:45 in Oriya 45 ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଇଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ। ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ।
Acts 8:10 in Oriya 10 ଈଶ୍ୱରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ।
1 John 2:27 in Oriya 27 କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।