Hebrews 8:8 in Oriya 8 ଯେଣୁ ସେ ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା;
Other Translations King James Version (KJV) For finding fault with them, he saith, Behold, the days come, saith the Lord, when I will make a new covenant with the house of Israel and with the house of Judah:
American Standard Version (ASV) For finding fault with them, he saith, Behold, the days come, saith the Lord, That I will make a new covenant with the house of Israel and with the house of Judah;
Bible in Basic English (BBE) For, protesting against them, he says, See, the days are coming when I will make a new agreement with the house of Israel, and with the house of Judah;
Darby English Bible (DBY) For finding fault, he says to them, Behold, days come, saith the Lord, and I will consummate a new covenant as regards the house of Israel, and as regards the house of Juda;
World English Bible (WEB) For finding fault with them, he said, "Behold, the days come," says the Lord, "That I will make a new covenant with the house of Israel and with the house of Judah;
Young's Literal Translation (YLT) For finding fault, He saith to them, `Lo, days come, saith the Lord, and I will complete with the house of Israel, and with the house of Judah, a new covenant,
Cross Reference Isaiah 55:3 in Oriya 3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
Jeremiah 23:5 in Oriya 5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Jeremiah 23:7 in Oriya 7 ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;
Jeremiah 30:3 in Oriya 3 କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,ଏପରି ସମୟ ଆସୁଅଛି;' ସଦାପ୍ରଭୁ କହନ୍ତି; ‘ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।'”
Jeremiah 31:27 in Oriya 27 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଛି।
Jeremiah 31:31 in Oriya 31 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;
Jeremiah 31:38 in Oriya 38 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।
Jeremiah 32:40 in Oriya 40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
Jeremiah 33:24 in Oriya 24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।' ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”
Ezekiel 16:60 in Oriya 60 ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା।
Ezekiel 37:26 in Oriya 26 ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦା କାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।
Matthew 26:28 in Oriya 28 ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
Mark 14:24 in Oriya 24 ଆଉ, ଯୀଶୁ ସେମାନଙ୍କୁ କହିଲେ, ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।
Luke 17:22 in Oriya 22 କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ।
Luke 22:20 in Oriya 20 ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ।
1 Corinthians 11:25 in Oriya 25 ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର।
2 Corinthians 3:6 in Oriya 6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;
Hebrews 9:15 in Oriya 15 ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଇଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।
Hebrews 10:16 in Oriya 16 କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହି ସବୁ ଲେଖିବା, ଏହା କହିଲା ଉତ୍ତାରେ ସେ କହନ୍ତି,
Hebrews 12:24 in Oriya 24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।