Hebrews 8:9 in Oriya 9 ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃ- ପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି।
Other Translations King James Version (KJV) Not according to the covenant that I made with their fathers in the day when I took them by the hand to lead them out of the land of Egypt; because they continued not in my covenant, and I regarded them not, saith the Lord.
American Standard Version (ASV) Not according to the covenant that I made with their fathers In the day that I took them by the hand to lead them forth out of the land of Egypt; For they continued not in my covenant, And I regarded them not, saith the Lord.
Bible in Basic English (BBE) Not like the agreement which I made with their fathers when I took them by the hand, to be their guide out of the land of Egypt; for they did not keep the agreement with me, and I gave them up, says the Lord.
Darby English Bible (DBY) not according to the covenant which I made to their fathers in [the] day of my taking their hand to lead them out of the land of Egypt; because *they* did not continue in my covenant, and *I* did not regard them, saith [the] Lord.
World English Bible (WEB) Not according to the covenant that I made with their fathers, In the day that I took them by the hand to lead them out of the land of Egypt; For they didn't continue in my covenant, And I disregarded them," says the Lord.
Young's Literal Translation (YLT) not according to the covenant that I made with their fathers, in the day of My taking `them' by their hand, to bring them out of the land of Egypt -- because they did not remain in My covenant, and I did not regard them, saith the Lord, --
Cross Reference Genesis 19:16 in Oriya 16 ତଥାପି ସେ ବିଳମ୍ବ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ସକାଶୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ।
Exodus 19:4 in Oriya 4 ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।
Exodus 24:3 in Oriya 3 ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକ ସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁ ସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”
Exodus 32:8 in Oriya 8 ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”
Exodus 34:10 in Oriya 10 ତେବେ ସେ କହିଲେ, “ଦେଖ, ମୁଁ ଗୋଟିଏ ନିୟମ କରିବି; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟ କର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ଆମ୍ଭେ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର ଅଟେ।
Exodus 34:27 in Oriya 27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।”
Deuteronomy 5:2 in Oriya 2 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।
Deuteronomy 29:1 in Oriya 1 ସଦାପ୍ରଭୁ ହୋରେବରେ ଇସ୍ରାଏଲ ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।
Deuteronomy 29:12 in Oriya 12 ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ
Deuteronomy 29:25 in Oriya 25 ତହିଁରେ ଲୋକମାନେ କହିବେ, “ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି।”
Deuteronomy 31:16 in Oriya 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”
Joshua 23:15 in Oriya 15 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେ ସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।
Judges 10:13 in Oriya 13 ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।
2 Kings 17:15 in Oriya 15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ।
Job 8:20 in Oriya 20 ଦେଖ, ପରମେଶ୍ୱର ସିଦ୍ଧ ଲୋକକୁ ଦୂର କରିବେ ନାହିଁ, କିଅବା ସେ ଦୁଷ୍କର୍ମକାରୀମାନଙ୍କୁ ଧରି ରଖିବେ ନାହିଁ।
Psalm 77:20 in Oriya 20 ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
Psalm 78:10 in Oriya 10 ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚଳିବା ପାଇଁ ଅସ୍ୱୀକାର କଲେ;
Psalm 78:52 in Oriya 52 ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।
Psalm 78:57 in Oriya 57 ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।
Psalm 105:43 in Oriya 43 ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।
Psalm 136:11 in Oriya 11 ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Song of Solomon 8:5 in Oriya 5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।
Isaiah 24:5 in Oriya 5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
Isaiah 40:11 in Oriya 11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
Isaiah 41:13 in Oriya 13 କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।
Isaiah 51:18 in Oriya 18 ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ।
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Isaiah 63:11 in Oriya 11 ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
Jeremiah 11:7 in Oriya 7 କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର।
Jeremiah 22:8 in Oriya 8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, “ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ ?”
Jeremiah 31:32 in Oriya 32 ମିସର ଦେଶରୁ ସେମାନଙ୍କର ପିତୃପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”
Lamentations 4:16 in Oriya 16 ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ।
Ezekiel 16:8 in Oriya 8 ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।”
Ezekiel 16:59 in Oriya 59 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା।
Ezekiel 20:37 in Oriya 37 ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;
Amos 5:22 in Oriya 22 ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।
Malachi 2:13 in Oriya 13 ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ , କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ।
Mark 8:23 in Oriya 23 ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ ?
Acts 9:8 in Oriya 8 ପୁଣି,ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେସକକୁ ଘେନିଗଲେ।
Acts 13:11 in Oriya 11 ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା।
Galatians 3:15 in Oriya 15 ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ।
Galatians 4:24 in Oriya 24 ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ।
Hebrews 9:18 in Oriya 18 ଏଥି ନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନା ରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା।