Hebrews 9:11 in Oriya 11 କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ବିଷୟର ମହାଯାଜକ ସ୍ୱରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ ଓ ଶ୍ରେଷ୍ଠତର ତମ୍ବୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ,
Other Translations King James Version (KJV) But Christ being come an high priest of good things to come, by a greater and more perfect tabernacle, not made with hands, that is to say, not of this building;
American Standard Version (ASV) But Christ having come a high priest of the good things to come, through the greater and more perfect tabernacle, not made with hands, that is to say, not of this creation,
Bible in Basic English (BBE) But now Christ has come as the high priest of the good things of the future, through this greater and better Tent, not made with hands, that is to say, not of this world,
Darby English Bible (DBY) But Christ being come high priest of the good things to come, by the better and more perfect tabernacle not made with hand, (that is, not of this creation,)
World English Bible (WEB) But Christ having come as a high priest of the coming good things, through the greater and more perfect tabernacle, not made with hands, that is to say, not of this creation,
Young's Literal Translation (YLT) And Christ being come, chief priest of the coming good things, through the greater and more perfect tabernacle not made with hands -- that is, not of this creation --
Cross Reference Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Psalm 40:7 in Oriya 7 ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।
Isaiah 59:20 in Oriya 20 ପୁଣି, ସଦାପ୍ରଭୁ କହନ୍ତି, “ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ।”
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 2:6 in Oriya 6 ‘ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ।'”
Matthew 11:3 in Oriya 3 ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ?
Mark 14:58 in Oriya 58 ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 4:25 in Oriya 25 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ।
Acts 7:48 in Oriya 48 ତଥାପି ଯେ ମହାନ ଈଶ୍ୱର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି,
Acts 17:24 in Oriya 24 ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,
2 Corinthians 5:1 in Oriya 1 କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ।
Colossians 2:11 in Oriya 11 ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;
Hebrews 2:17 in Oriya 17 ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଇଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।
Hebrews 3:1 in Oriya 1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;
Hebrews 4:15 in Oriya 15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
Hebrews 5:5 in Oriya 5 ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ୱର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ।”
Hebrews 7:1 in Oriya 1 ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଇଶ୍ବରଙ୍କ ଯାଜକ ଥିଲେ। ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
Hebrews 7:11 in Oriya 11 ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ଵ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ଵ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କ'ଣ ଆବଶ୍ୟକ ଥିଲା ?
Hebrews 8:1 in Oriya 1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;
Hebrews 9:1 in Oriya 1 ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା।
Hebrews 9:23 in Oriya 23 ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହି ସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ।
Hebrews 10:1 in Oriya 1 କାରଣ ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହି ସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରନ୍ତି ନାହିଁ।
1 John 4:2 in Oriya 2 ଏହା ଦ୍ୱାରା ତୁମ୍ଭେମାନେ ଇଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ୱରଙ୍କଠାରୁ ଆଗତ,
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।
2 John 1:7 in Oriya 7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।